ବ୍ୟାଙ୍କ ମ୍ୟାନେଜରଙ୍କୁ ମାଡ଼: ୩ ଗିରଫ

କଣ୍ଟାପଡ଼ା, ୨୯ା୧୨(ଡି.ଏନ୍‌.ଏ.): ଅଡ଼ଶପୁରସ୍ଥିତ କାନାରା ବ୍ୟାଙ୍କ ଶାଖା ମ୍ୟାନେଜରଙ୍କୁ ଗାଳିଗୁଲଜ ସହ ମାଡ଼ ମାରିବା ଅଭିଯୋଗରେ ଓଲଟପୁର ପୋଲିସ ଶନିବାର ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଅଡ଼ଶପୁର ଗ୍ରାମର ସ୍ମୃତିରଞ୍ଜନ ସାହୁ ଓରଫ ରମଣ, କଟକ ସଦର ଥାନା ଅନ୍ତର୍ଗତ ଗବିଲ ଗ୍ରାମର ସନାତନ ଭୋଇ ଓରଫ ସନା ଓ ରାଏପୁର ଗ୍ରାମର ଜିତନ ମହାନ୍ତି ଓରଫ ଜିତୁ। ସୂଚନା ଅନୁଯାୟୀ, ଗତ ୨୭ ତାରିଖ ଅପରାହ୍ନ ପ୍ରାୟ ୩ଟାରେ ସନାତନ ଓ ଜିତନ ବ୍ୟାଙ୍କରୁ ପଇସା ଉଠାଇବା ନେଇ ବିଳମ୍ବ ହେବାରୁ ପାଟିତୁଣ୍ଡ କରିଥିଲେ। ବ୍ୟାଙ୍କ ମ୍ୟାନେଜର ଅରୁଣ କୁମାର ଖଡ଼କା ସେମାନଙ୍କୁ ଅପେକ୍ଷା କରିବା ପାଇଁ କହିଥିଲେ। ମାତ୍ର ଅଭିଯୁକ୍ତଦ୍ୱୟ ଅପେକ୍ଷା ନ କରି ବ୍ୟାଙ୍କ ପକ୍ଷରୁ ଦିଆଯାଇଥିବା ଟୋକନ ନେଇ ସେଠାରୁ ପଳାଇଥିଲେ। ସନ୍ଧ୍ୟା ପ୍ରାୟ ୬ଟାରେ ଅନ୍ୟତମ ଅଭିଯୁକ୍ତ ରମଣଙ୍କୁ ସାଙ୍ଗରେ ଆଣି ବ୍ୟାଙ୍କ ଭିତରେ ପାଟିତୁଣ୍ଡ କରିବା ସହ ପରିଚାଳକଙ୍କୁ ଗାଳିଗୁଲଜ ଓ ମାଡ଼ ମାରିଥିଲେ। ଏ ନେଇ ଅରୁଣଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା (ନଂ.୧୦୪/୧୯)ରୁଜୁ କରି ତଦନ୍ତ ଚଳାଇଥିଲା। ପୋଲିସ ଅଭିଯୁକ୍ତଙ୍କୁ ଶନିବାର ଅଡଶପୁରରୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଳପଡ଼ାରେ ପୋଷଣ ମାସ: ଶିଶୁଙ୍କୁ ଭିଟାମିନ୍‌ଯୁକ୍ତ ଖାଦ୍ୟ ଦେବାକୁ ବିଡିଓଙ୍କ ଆହ୍ୱାନ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମିଶନ ଶକ୍ତି ସଭାଗୃହଠାରେ ‘ସୁସ୍ଥ ଶିଶୁ, ସୁସ୍ଥ ପରିବାର, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ନେଇ ୯ମ ରାଷ୍ଟ୍ରୀୟ…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

ସୋହେଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟିହେଲା ତୀର୍ଥଯାତ୍ରୀଙ୍କ କାର୍, ୬….

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସୋହେଲା ମଧୁପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରାରେ ଯାଉଥିବା ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ…

ସୁନ୍ଦରଗଡ଼ ପିଏନବି ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ, ଧୂଆଁରେ ଆଚ୍ଛାଦିତ ହେଲା…

ସୁନ୍ଦରଗଡ,୫ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି।ଖବର ପାଇ ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ…

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ…

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ…

ନୂଆପଡ଼ାରେ କଲରାପତରିଆ ବାଘର ଆତଙ୍କ: ଘରେ ପଶି ଗୋଟିଏ ପରିବାରର ୬ ଜଣଙ୍କୁ କଲା ଲହୁଲୁହାଣ

ନୂଆପଡ଼ା,୫ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ଼-ଛତିଶଗଡ଼ ସୀମାନ୍ତ କୋମାଖାନ ଥାନା ଝିଟିକି ଗାଁରେ ବାଘ ଆତଙ୍କ ଖେଳିଯାଇଛି। ଶନିବାର ରାତିରେ ଏକ କଲରାପତରିଆ ବାଘ ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?