ବ୍ୟାଙ୍କ ସମ୍ମୁଖରେ ଲୋକଙ୍କ ଭିଡ଼: ରହୁନି ସାମାଜିକ ଦୂରତ୍ୱ, ଦାରିଙ୍ଗବାଡି ପୋଲିସର ମୃଦୁ ଲାଠିଚାଳନା

ଦାରିଙ୍ଗବାଡ଼ି,୧୫।୪(ଡି.ଏନ୍‌.ଏ): ସରକାରଙ୍କ ପକ୍ଷରୁ ଲକ୍‌ଡାଉନ ଅବଧିକୁ ମେ’ ୩ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ବ୍ୟାକୁଳତା ବଢ଼ିଯାଇଛି। ସରକାରଙ୍କ ବିଭିନ୍ନ ସହାୟତାରାଶି ବ୍ୟାଙ୍କ ଆକାଉଣ୍ଟକୁ ଆସିଥିବା ବେଳେ ଏହାକୁ ନେବା ପାଇଁ ବ୍ୟାଙ୍କ ସମ୍ମୁଖରେ ଲୋକଙ୍କ ଭିଡ଼ ଜମୁଛି। ପୂର୍ବାହ୍ନ ୧୦ଟାରେ ବ୍ୟାଙ୍କ ଖୋଲୁଥିବା ବେଳେ ସକାଳ ୭ରୁ ସେଠାରେ ଲୋକଙ୍କ ଗହଳି ଜମିଯାଉଛି। ସାମାଜିକ ଦୂରତ୍ୱ ରହୁ ନାହିଁ। ଫଳରେ ପ୍ରଶାସନ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ଫେଲ ମାରୁଛି। ଫଳରେ ବୁଧବାର ସକାଳ ୮ଟାରେ ଦାରିଙ୍ଗବାଡ଼ିସ୍ଥିତ ସିମନବାଡ଼ି ବ୍ୟାଙ୍କରେ ଏତେ ଭିଡ଼ ଜମିଥିଲା ଯେ ପୋଲିସ ପକ୍ଷରୁ ଭିଡ଼ କମାଇବା ପାଇର୍ଁ ମୃଦୁ ଲାଠିଚଳନା କରିବାକୁ ପଡ଼ିଥିଲା। ସେହିପରି ଗ୍ରୋସରୀ କିଣିବା ବାହାନାରେ ଲୋକେ ଭିଡ଼ ଜମାଉଥିବା ବେଳେ ବ୍ୟାଙ୍କ, ମେଡିକଲର ବାହାନା ଦେଖାଇ ବହୁ ଅମାନିଆ ବାହାରେ ବୁଲୁଛନ୍ତି। ଏ ନେଇ ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେପଟେ ବହୁତ କମ୍‌ ସମୟ ପାଇଁ ବ୍ୟାଙ୍କରେ ନେଣଦେଣ କରାଯାଉଥିବାରୁ ସକାଳ ୮ଟାରୁ ଖୋଲିବା ପାଇଁ ହିତାଧିକାରୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri