Posted inଖେଳ

ବ୍ୟାଟ୍‌ ଛାଡି ବନ୍ଧୁକ ଧରିଲେ ଧୋନୀ

ରାଞ୍ଚି,୧୦।୨: ଭାରତର ଅନ୍ୟତମ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ ରାଞ୍ଚିରେ ଅଛନ୍ତି। ଧୋନୀ ଇଣ୍ଡିଆନ ପ୍ରିମିୟର ଲିଗର ପରବର୍ତ୍ତୀ ସିଜିନ୍‌ ପାଇଁ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସେ ରାଞ୍ଚିର ଜେଏସସିଏ ଷ୍ଟାଡିୟମରେ ଅଭ୍ୟାସ କରୁଛନ୍ତି। ଏହି ସମୟରେ ଧୋନୀ ଟେନିସ ଏବଂ ଶୁଟିଂରେ ଖେଳରେ ଧ୍ୟାନ ଦେଇଥିଲେ। ଧୋନୀ ଶଟିଂ କରୁଥିବା ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି।
ଏବେ ଆଇପିଏଲ ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆସନ୍ତା ସିଜିନ ପୂର୍ବରୁ କଠିନ ପ୍ରସ୍ତୁତି କରୁଛନ୍ତି। ସେ ଜେଏସସିଏ ଷ୍ଟାଡିୟମରେ ନେଟ ଅଭ୍ୟାସରେ ବ୍ୟସ୍ତ ଅଛନ୍ତି। ତାଙ୍କର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଫଟୋରେ ସେ ନେଟ୍ସରେ ଝାଳ ବୁହାଉଥିବା ଦେଖାଯାଉଛି। ଏହି ସମୟରେ ସେ ଶୁଟିଂରେ ମଧ୍ୟ ହାତ ଚେଷ୍ଟା କରିବା ଆରମ୍ଭ କରି ଦେଇଛନ୍ତି।
ଧୋନୀ ଅନେକ ସମୟରେ ଯୁବ ଖେଳାଳିଙ୍କ ସହିତ ନିଜର ଅନୁଭୂତି ବାଣ୍ଟନ୍ତି। ରାଞ୍ଚିରେ ଥିବା ଜେଏସସିଏ ଷ୍ଟାଡିୟମରେ ପହଞ୍ଚିବା ପରେ ମଧ୍ୟ ସେ ଅଭ୍ୟାସ ସମୟରେ ଯୁବକ ଖେଳାଳିମାନଙ୍କ ସହ ନିଜର ଅନୁଭୂତି ବାଣ୍ଟିଥିଲେ। ଆଇପିଏଲରେ ୪ ଥର ତାଙ୍କ ଅଧିନାୟକତ୍ୱରେ ଚେନ୍ନାଇକୁ ଚାମ୍ପିୟନ କରିଥିବା ଧୋନୀ ମଧ୍ୟ ଆଗାମୀ ସିଜନ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି । ସେ ପଡ଼ିଆରେ ବହୁତ ଝାଳ ବାହାରୁଛନ୍ତି ।

ଆଇପିଏଲର ପରବର୍ତ୍ତୀ ସିଜିନ୍‌ ପୂର୍ବରୁ ଫେବୃଆରୀ ୧୨-୧୩ରେ ବେଙ୍ଗାଲୁରୁରେ ମେଗା ନିଲାମ ଅନୁଷ୍ଠିତ ହେବ। ଧୋନୀଙ୍କ ସମେତ ଚେନ୍ନାଇ ଦଳ ଏହାର ୩ ଖେଳାଳିଙ୍କୁ ବଜାୟ ରଖିଛି। ଧୋନୀଙ୍କୁ ୧୨ କୋଟି ଟଙ୍କା ରଖାଯାଇଥିବାବେଳେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କୁ ୧୬ କୋଟି ଟଙ୍କା ପାଇଁ ଦଳ ସହ ରଖାଯାଇଛି। ଇଂଲଣ୍ଡ ଅଲରାଉଣ୍ଡର ମୋଇନ ଅଲିଙ୍କୁ ୬ କୋଟି ଟଙ୍କାରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri