Posted inଖେଳ

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ ଜାନୁୟାରୀକୁ ଘୁଞ୍ଚିଲା

ନୂଆଦିଲ୍ଲୀ,୨୯।୫(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ର କାର୍ଯ୍ୟସୂଚୀ ମଧ୍ୟ ପ୍ରଭାବିତ ହୋଇଛି। ନ୍ୟୁଜିଲାଣ୍ଡର ଅକ୍‌ଲାଣ୍ଡରେ ଆଗାମୀ ସେପ୍ଟେମ୍ବରରେ ଏହି ମେଗା ଇଭେଣ୍ଟ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ଶୁକ୍ରବାର ଏହାର କାର୍ଯ୍ୟକ୍ରମ ପୁନଃ ନିର୍ଦ୍ଧାରିତ ହୋଇଛି। ଏବେ ଏହି ଚାମ୍ପିୟନଶିପ୍‌କୁ ଆସନ୍ତାବର୍ଷ ଜାନୁୟାରୀରେ ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଜାନୁୟାରୀ ୧୮ରୁ ୨୪ ତାରିଖ ମଧ୍ୟରେ ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ ଆୟୋଜନ ହେବ ବୋଲି ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ସୂଚନା ଦେଇଛି।
ସେହିପରି ଏହା ପୂର୍ବରୁ ବିଶ୍ୱ ଜୁନିୟର ମିକ୍ସଡ ଟିମ୍‌ ଚାମ୍ପିୟନଶିପ୍‌କୁ ମଧ୍ୟ ନୂଆ କାର୍ଯ୍ୟସୂଚୀ ଅନୁଯାୟୀ ଜାନୁୟାରୀ ୧୧ରୁ ୧୬ ତାରିଖ ମଧ୍ୟରେ ଖେଳାଯିବ ବୋଲି ବିଡବ୍ଲ୍ୟୁଏଫ୍‌ କହିଛି। ନୂଆ କାର୍ଯ୍ୟସୂଚୀ ଘୋଷଣା ହୋଇଥିବାରୁ ବିଡବ୍ଲ୍ୟୁଏଫ୍‌ ଓ ବ୍ୟାଡମିଣ୍ଟନ ନ୍ୟୁଜିଲାଣ୍ଡ ଟୁର୍ନାମେଣ୍ଟର ସଫଳ ଆୟୋଜନ ପାଇଁ ପର୍ଯ୍ୟାପ୍ତ ସମୟ ଓ ସୁବିଧା ପାଇବେ। ଫଳରେ ବହୁ ସଂଖ୍ୟାରେ ଜୁନିୟର ଖେଳାଳି ଅକ୍‌ଲାଣ୍ଡ ଆସି ଏହି ଚାମ୍ପିୟନଶିପ୍‌ରେ ଯୋଗଦେବେ ବୋଲି ଆଶା କରାଯାଉଛି। କରୋନା ଭାଇରସ୍‌ ସଂକ୍ରମଣ କାରଣରୁ ଆମକୁ ଏପରି ନିଷ୍ପତ୍ତି ନେବାକୁ ହେଲା ବୋଲି ବିଡବ୍ଲ୍ୟୁଏଫ୍‌ ସାଧାରଣ ସମ୍ପାଦକ ଥୋମା ଲୁଣ୍ଡ କହିଛନ୍ତି। ଟୁର୍ନାମେଣ୍ଟ ଆୟୋଜନ ନେଇ ବ୍ୟାଡ୍‌ମିଣ୍ଟନ ନ୍ୟୁଜିଲାଣ୍ଡ ସହ କାର୍ଯ୍ୟ କରିବାକୁ ଆମେ ପ୍ରସ୍ତୁତ ବୋଲି ସେ କହିଛନ୍ତି।
ଏହି ଚାମ୍ପିୟନଶିପ୍‌ରୁ ଏକାଧିକ ବିଶ୍ୱସ୍ତରୀୟ ବ୍ୟାଡ୍‌ମିଣ୍ଟନ ତାରକା ସୃଷ୍ଟି ହୋଇଛନ୍ତି। ଲଣ୍ଡନ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟିନୀ ସାଇନା ନେହ୍ବାଲ ଭାରତର ଏକମାତ୍ର ଖେଳାଳିଭାବେ ୨୦୦୮ରେ ପୁଣେରେ ଅନୁଷ୍ଠିତ ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଥିଲେ। ବାଳକ ବିଭାଗରେ ସିରିଲ ବର୍ମା ୨୦୧୫ରେ ରୌପ୍ୟ, ବି ସାଇ ପ୍ରଣୀଥ ଓ ଏଚ୍‌.ଏସ୍‌. ପ୍ରଣୟ ୨୦୧୦ରେ ବ୍ରୋଞ୍ଜ୍‌ ପଦକ ହାସଲ କରିଥିଲେ। ସେହିପରି ଆର.ଏମ୍‌. ଭି. ଗୁରୁସାଇଦତ୍ତ ଓ ସମୀର ବର୍ମା ୨୦୦୮ ଓ ୨୦୧୧ରେ ବ୍ରୋଞ୍ଜ୍‌ ପଦକ ଜିତିଥିଲେ। କନାଡ଼ାରେ ଅନୁଷ୍ଠିତ ୨୦୧୮ ସଂସ୍କରଣରେ ଲକ୍ଷ୍ୟ ସେନ୍‌ ବ୍ରୋଞ୍ଜ୍‌ ପଦକ ହାସଲ କରିଥିଲେ। ପୂର୍ବରୁ ୨୦୨୦ ସେସନର ବାକିଥିବା ପ୍ରତିଯୋଗିତାଗୁଡିକ ପାଇଁ ବିଡ଼ବ୍ଲ୍ୟୁଏଫ୍‌ ପରିବର୍ତ୍ତିତ ନୂଆ କ୍ୟାଲେଣ୍ଡର ଜାରି କରିଛି। ଏଥିସହିତ ଆସନ୍ତାବର୍ଷ ଆୟୋଜନ ହେବାକୁଥିବା ଟୋକିଓ ଅଲିମ୍ପିକ୍ସର କ୍ୱାଲିଫିକେଶନ ପିରିୟଡକୁ ବୃଦ୍ଧି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri