ବ୍ୟାନ୍‌ ସତ୍ତ୍ୱେ ଗୁଟ୍‌ଖା ଖୁଲମଖୁଲା ବିକ୍ରି : ଯାଞ୍ଚ ରିପୋର୍ଟ ଦେବେ ଅତିରିକ୍ତ ଡିଜି

ଭୁବନେଶ୍ୱର,୧୩।୯(ବ୍ୟୁରୋ) : ରାଜ୍ୟରେ ଗୁଟ୍‌ଖା ବ୍ୟାନ୍‌ ସତ୍ତ୍ୱେ ଖୁଲମ୍‌ଖୁଲା ବିଭିନ୍ନ ସ୍ଥାନରେ ବିକ୍ରି ଚାଲିଛି। ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ବିଭାଗ ଆଇନ୍‌ ମୁତାବକ ସ୍ବାସ୍ଥ୍ୟ ପ୍ରତି କ୍ଷତିକାରକ ଗୁଟ୍‌ଖାର ପ୍ରସ୍ତୁତି, ମହଜୁଦ ଓ ବ୍ୟବସାୟ କରିବା ସମ୍ପୂର୍ଣ୍ଣ ବେଆଇନ। ଏହା ସତ୍ତ୍ୱେ ଆଇନ୍‌କୁ ଆଖିଠାର ମାରି ବେଧଡ଼କ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ପରିସରରେ ବିକ୍ରି କରାଯାଉଛି ଗୁଟ୍‌ଖା। ଏଥିସହ ରାଜଧାନୀର ବିଭିନ୍ନ ଶିକ୍ଷାନୁଷ୍ଠାନ ନିକଟରେ ହୁକ୍‌କା ବାର୍‌ ଚାଲୁଥିବାବେଳେ ଭାରିମାତ୍ରାରେ ନିକୋଟିନ୍‌ର ବ୍ୟବହାର କରାଯାଉଛି। ଯାହାର ମାତ୍ରାଧିକ କୁପ୍ରଭାବ ଯୁବପିଢ଼ିଙ୍କ ଉପରେ ପଡ଼ୁଛି। ଅନ୍ୟପଟେ ଗୁଟ୍‌ଖା ବିକ୍ରି ଉପରେ ଲାଗିଥିବା ପ୍ରତିବନ୍ଧକ କେବଳ ସରକାରୀ କାଗଜପତ୍ରରେ ସୀମିତ ରହିଛି। କୌଣସି କାର୍ଯ୍ୟାନୁଷ୍ଠାନ ନ ହେବା ଏବଂ ପ୍ରଶାସନିକ ଉଦାସୀନତା କାରଣରୁ ଖୋଲାଖୋଲି ଗୁଟ୍‌ଖା ବିକ୍ରି ହେଉଛି। ଏ ନେଇ ଓଡ଼ିିଶା ଅଭିଭାବକ ସଂଘର ଅଧ୍ୟକ୍ଷ ବାସୁଦେବ ଭଟ୍ଟ ରାଜ୍ୟ ମାନବାଧିକାର କମିଶନରେ ଅଭିଯୋଗ କରିଛନ୍ତି। ଏଥିସହ ୨୦୦୩ କୋଟପା ଆକ୍ଟର ସେକ୍ସନ-୬ର ଖୋଲା ଖୋଲି ଉଲ୍ଲଂଘନ କରାଯାଉଛି। ଏହାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଭଟ୍ଟ କମିଶନଙ୍କ ନିକଟରେ ଅଭିଯୋଗ କରିଥିଲେ। ଓଏଚ୍‌ଆରସି ଅଧ୍ୟକ୍ଷ ଖୋର୍ଦ୍ଧା ଜିଲାର ବିଭିନ୍ନ ଅଞ୍ଚଳରେ ଯାଞ୍ଚ୍‌ କରି ଏକ ମାସ ମଧ୍ୟରେ ରିପୋର୍ଟ ଦେବାକୁ ଅତିରିକ୍ତ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶ ଥାଉ କି, ୨୦୧୨ ଅଗଷ୍ଟ ୧୭ରେ ରାଜ୍ୟ ସରକାର ଗୁଟ୍‌ଖା ଓ ପାନମସଲା ବିକ୍ରି ଉପରେ ନିଷେଧାଦେଶ ଜାରି କରିଥିଲେ। ସେହି ସମୟରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡା. ଦାମୋଦର ରାଉତ ଗୁଟ୍‌ଖା ଉପରେ ପ୍ରତିବନ୍ଧକ ଲଗାଇବାକୁ ଘୋଷଣା କରିଥିଲେ। ଗ୍ଲୋବାଲ ଆଡଲ୍ଟ ଟବାକୋର ସର୍ଭେ ଅନୁଯାୟୀ ରାଜ୍ୟର ୪୩% ଲୋକେ ଗୁଟ୍‌ଖା ବ୍ୟବହାର କରନ୍ତି। ଫଳରେ ରାଜ୍ୟରେ ଅଧିକ ମାତ୍ରାରେ କ୍ୟାନସର ଘଟଣା ମଧ୍ୟ ଦେଖିବାକୁ ମିଳୁଛି। ପ୍ରତ୍ୟେକ ବର୍ଷ ୧୦ହଜାରରୁ ଅଧିକ ନୂତନ ମୁଖ କ୍ୟାନସର ରୋଗୀ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଆସନ୍ତାକାଲି ଖୋଲିବନି ସ୍କୁଲ: ଏହି ୨ ଜିଲାରେ ବଢ଼ିଲା ଖରାଛୁଟି ଅବଧି

ଭୁବନେଶ୍ୱର, ୧୭।୬: ବଲାଙ୍ଗୀର ଜିଲାରେ ବଢ଼ିଲା ଖରାଛୁଟି ଅବଧି। ୨୦ ତାରିଖ ଯାଏ ଖରାଛୁଟି ଅବଧି ବଢ଼ିଛି। ତେବେ ୨୨ ତାରିଖରେ ବଲାଙ୍ଗୀରରେ ଶିକ୍ଷାନୁଷ୍ଠାନ ଖୋଲିବ। ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri