ବ୍ୟାନ୍‌ ସତ୍ତ୍ୱେ ଗୁଟ୍‌ଖା ଖୁଲମଖୁଲା ବିକ୍ରି : ଯାଞ୍ଚ ରିପୋର୍ଟ ଦେବେ ଅତିରିକ୍ତ ଡିଜି

ଭୁବନେଶ୍ୱର,୧୩।୯(ବ୍ୟୁରୋ) : ରାଜ୍ୟରେ ଗୁଟ୍‌ଖା ବ୍ୟାନ୍‌ ସତ୍ତ୍ୱେ ଖୁଲମ୍‌ଖୁଲା ବିଭିନ୍ନ ସ୍ଥାନରେ ବିକ୍ରି ଚାଲିଛି। ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ବିଭାଗ ଆଇନ୍‌ ମୁତାବକ ସ୍ବାସ୍ଥ୍ୟ ପ୍ରତି କ୍ଷତିକାରକ ଗୁଟ୍‌ଖାର ପ୍ରସ୍ତୁତି, ମହଜୁଦ ଓ ବ୍ୟବସାୟ କରିବା ସମ୍ପୂର୍ଣ୍ଣ ବେଆଇନ। ଏହା ସତ୍ତ୍ୱେ ଆଇନ୍‌କୁ ଆଖିଠାର ମାରି ବେଧଡ଼କ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ପରିସରରେ ବିକ୍ରି କରାଯାଉଛି ଗୁଟ୍‌ଖା। ଏଥିସହ ରାଜଧାନୀର ବିଭିନ୍ନ ଶିକ୍ଷାନୁଷ୍ଠାନ ନିକଟରେ ହୁକ୍‌କା ବାର୍‌ ଚାଲୁଥିବାବେଳେ ଭାରିମାତ୍ରାରେ ନିକୋଟିନ୍‌ର ବ୍ୟବହାର କରାଯାଉଛି। ଯାହାର ମାତ୍ରାଧିକ କୁପ୍ରଭାବ ଯୁବପିଢ଼ିଙ୍କ ଉପରେ ପଡ଼ୁଛି। ଅନ୍ୟପଟେ ଗୁଟ୍‌ଖା ବିକ୍ରି ଉପରେ ଲାଗିଥିବା ପ୍ରତିବନ୍ଧକ କେବଳ ସରକାରୀ କାଗଜପତ୍ରରେ ସୀମିତ ରହିଛି। କୌଣସି କାର୍ଯ୍ୟାନୁଷ୍ଠାନ ନ ହେବା ଏବଂ ପ୍ରଶାସନିକ ଉଦାସୀନତା କାରଣରୁ ଖୋଲାଖୋଲି ଗୁଟ୍‌ଖା ବିକ୍ରି ହେଉଛି। ଏ ନେଇ ଓଡ଼ିିଶା ଅଭିଭାବକ ସଂଘର ଅଧ୍ୟକ୍ଷ ବାସୁଦେବ ଭଟ୍ଟ ରାଜ୍ୟ ମାନବାଧିକାର କମିଶନରେ ଅଭିଯୋଗ କରିଛନ୍ତି। ଏଥିସହ ୨୦୦୩ କୋଟପା ଆକ୍ଟର ସେକ୍ସନ-୬ର ଖୋଲା ଖୋଲି ଉଲ୍ଲଂଘନ କରାଯାଉଛି। ଏହାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଭଟ୍ଟ କମିଶନଙ୍କ ନିକଟରେ ଅଭିଯୋଗ କରିଥିଲେ। ଓଏଚ୍‌ଆରସି ଅଧ୍ୟକ୍ଷ ଖୋର୍ଦ୍ଧା ଜିଲାର ବିଭିନ୍ନ ଅଞ୍ଚଳରେ ଯାଞ୍ଚ୍‌ କରି ଏକ ମାସ ମଧ୍ୟରେ ରିପୋର୍ଟ ଦେବାକୁ ଅତିରିକ୍ତ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶ ଥାଉ କି, ୨୦୧୨ ଅଗଷ୍ଟ ୧୭ରେ ରାଜ୍ୟ ସରକାର ଗୁଟ୍‌ଖା ଓ ପାନମସଲା ବିକ୍ରି ଉପରେ ନିଷେଧାଦେଶ ଜାରି କରିଥିଲେ। ସେହି ସମୟରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡା. ଦାମୋଦର ରାଉତ ଗୁଟ୍‌ଖା ଉପରେ ପ୍ରତିବନ୍ଧକ ଲଗାଇବାକୁ ଘୋଷଣା କରିଥିଲେ। ଗ୍ଲୋବାଲ ଆଡଲ୍ଟ ଟବାକୋର ସର୍ଭେ ଅନୁଯାୟୀ ରାଜ୍ୟର ୪୩% ଲୋକେ ଗୁଟ୍‌ଖା ବ୍ୟବହାର କରନ୍ତି। ଫଳରେ ରାଜ୍ୟରେ ଅଧିକ ମାତ୍ରାରେ କ୍ୟାନସର ଘଟଣା ମଧ୍ୟ ଦେଖିବାକୁ ମିଳୁଛି। ପ୍ରତ୍ୟେକ ବର୍ଷ ୧୦ହଜାରରୁ ଅଧିକ ନୂତନ ମୁଖ କ୍ୟାନସର ରୋଗୀ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

୩ ଜିଲା ଲକ୍ଷ୍ମୀ ବସ୍‌ ସେବାରେ ବାଧକ ସାଜିଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୦ା୪(ଅନିଲ ଦାସ): ଓଡ଼ିଶାର ଲକ୍ଷ୍ମୀ ବସ୍‌ ସେବା ଭାରତର ଏକନମ୍ବର ଗ୍ରାମୀଣ ଯୋଗାଯୋଗ କାର୍ଯ୍ୟକ୍ରମ, ଯାହା ରାଜ୍ୟର ୧୦୦% ଜିଲାକୁ ସଂଯୋଗ କରୁଛି। ଯେଉଁଥିରେ ବ୍ଲକ୍‌...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri