ବ୍ୟାୟାମ ଦ୍ୱାରା ଅନେକ ରୋଗରୁ ମୁକ୍ତି ମିଳିଥାଏ

ଭଞ୍ଜନଗର,୭।୧୦(ଡି.ଏନ.ଏ.)-ମେକ୍ସିକୋର ମଣ୍ଟେରେ ଗତ ୨୬ ତାରିଖରେ ମେଦ ବହୁଳତା ଉପରେ ଲଣ୍ଡନ ବିଶ୍ୱ ମେଦବହୁଳତା ମହାସଂଘ ଏବଂ ମେକ୍ସିକୋ ମେଦବହୁଳତା ସମାଜ ମିଳିତ ଆନୁକୂଲ୍ୟରେ ସ୍କୋପ ସମ୍ମିଳନୀ ହୋଇଥିଲା। ଏଥିରେ ବିଶ୍ୱର ୨୦୦ ଡାକ୍ତର ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରେ ଭାରତରୁ ଜଣେମାତ୍ର ଏଣ୍ଡୋକ୍‌ାଇନୋଜିଲିଷ୍ଟ ବ୍ରହ୍ମପୁର ଡାଇବେଟିସ୍‌ ଆଣ୍ଡ ଏଣ୍ଡୋକେୟାର କ୍ଲିନିକର ଡା. ସୁନୀଲ କୁମାର କୋଟା ଯୋଗଦେଇ ନିଜ ସନ୍ଦର୍ଭ ପାଠ କରିଥିଲେ। ମେକ୍ସିକୋରୁ ଡ଼ା.କୋଟା ଫେରିବା ପରେ ରବିବାର ଭଞ୍ଜନଗର ଘୁମୁସର ହସ୍ପିଟାଲରେ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ଅବସରରେ ସେ କହିଥିଲେ, ମେଦବହୁଳତାରୁ ଅନେକ ରୋଗ ସୃଷ୍ଟି ହେଉଛି । ତେଣୁ ମେଦ ବହୁଳତାରୁ ବର୍ତ୍ତିବା ପାଇଁ ହେଲେ ସପ୍ତାହକୁ ୫ ଦିନ ୩୦ ମିନଟ ଲେଖାଏ ବ୍ୟାୟାମ କରିବା ଆବଶ୍ୟକ। ବ୍ୟାୟାମ କଲେ ଅନେକ ରୋଗରୁ ମୁକ୍ତି ମିଳିପାରିବ। ଜଙ୍କ୍‌ ଫୁଡ଼, ଅଧିକ ମସଲାଯୁକ୍ତ ଖାଦ୍ୟଠାରୁ ଦୂରେଇ ରହିବାକୁ ହେବ । ମେଦବହୁଳତାରୁ ଡାଇବେଟିସ୍‌, ଉଚ୍ଚ ରକ୍ତଚାପ, ଥାଇରଏଡ଼ ଆଦି ରୋଗ ସୃଷ୍ଟି ହୋଇଥାଏ। ତେଣୁ ଚିନ୍ତାମୁକ୍ତ ରହିବା ସହ ମେଦବହୁଳତାଠାରୁ ଦୂରେଇ ରହିଲେ ମନୁଷ୍ୟ ଅନେକ ରୋଗରୁ ମୁକ୍ତି ପାଇପାରିବ। ଏଥିପ୍ରତି ସମସ୍ତେ ସଚେତନ ହେବାକୁ ଡ଼ା.କୋଟା ଉପସ୍ଥିତ ରୋଗୀଙ୍କୁ କହିଥିଲେ । ଏହି ସମୟରେ ହସ୍ପିଟାଲ କର୍ମକର୍ତ୍ତା ବିପ୍ରଚରଣ ପ୍ରଧାନ, ଆଇନଜୀବୀ ଦିବାକର ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri