ଭଏସ୍‌ ଅଫ ନୟାଗଡ଼ ସିଜନ୍‌-୨ ଆରମ୍ଭ : ଭାଗ ନେଲେ ୮୫ ପ୍ରତିଯୋଗୀ

ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ କ୍ଲବ ଆନୁକୂଲ୍ୟରେ ରବିବାର ଭଏସ୍‌ ଅଫ ନୟାଗଡ଼ ସିଜନ-୨ର ପ୍ରଥମ ପର୍ଯ୍ୟାୟ ଅଡ଼ିଶନ ରୋଟାରି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। କ୍ଲବ ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଙ୍ଗୀତ ଭିତ୍ତିକ ପ୍ରତିଯୋଗିତାକୁ ଏସ୍‌ପି ଶଶିଭୂଷଣ ଶତପଥୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉଦ୍‌ଘାଟନ କରିଥିଲେ। ଜିଲାର ୮ ବ୍ଲକରୁ ୮୫ ପ୍ରତିଯୋଗୀ ଭାଗ ନେଇ ସେମାନଙ୍କ ସଙ୍ଗୀତ କଳା ପ୍ରଦର୍ଶନ କରିଥିଲେ। ପ୍ରତିଯୋଗୀମାନେ ଓଡ଼ିଶୀ, ସମ୍ବଲପୁର, ଭଜନ, ଦେଶାତ୍ମବୋଧକ, ଆଧୁନିକ ସଙ୍ଗୀତ ଗାନ କରିଥିଲେ। ଏମାନଙ୍କ ମଧ୍ୟରୁ ୩୨ ଜଣ ପ୍ରତିଯୋଗୀ ଦ୍ୱିତୀୟ ପର୍ଯ୍ୟାୟ ଅଡ଼ିଶନ ପାଇଁ ମନୋନୀତ ହୋଇଛନ୍ତି। ବିଚାରକ ଭାବେ କଣ୍ଠଶିଳ୍ପୀ ସୁରଗନ୍ଧର୍ବ ନବକିଶୋର ମିଶ୍ର, ଜଗଦୀଶ ରଥ ଓ ପ୍ରଭାତ କୁମାର ଦାଶ ଯୋଗ ଦେଇଥିଲେ। ଆସନ୍ତା ନଭେମ୍ବର ୧୦ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ଅଡ଼ିଶନ ରୋଟାରି ଭବନଠାରେ ଅନୁଷ୍ଠିତ ହେବ ବୋଲି ନୟାଗଡ଼ କ୍ଲବ ସାଙ୍ଗଠନିକ କମିଟି ଅଧ୍ୟକ୍ଷ ଧୀରେନ୍ଦ୍ର କୁମାର ପଟ୍ଟନାୟକ ସୂଚନା ଦେଇଛନ୍ତି। କ୍ଲବର ଉପସଭାପତି ଅରୁଣ କୁମାର ମହାନ୍ତି, ଯୁଗ୍ମ ସମ୍ପାଦକ ହିମାଂଶୁ ପଟ୍ଟନାୟକ, ଉପଦେଷ୍ଟା ସୁବୋଧ କୁମାର ପଟ୍ଟନାୟକ, ଆରିଫ ଖାନ୍‌, ପ୍ରବୀର କୁମାର ପୃଷ୍ଟି, ସନ୍ତୋଷ କୁମାର ନାୟକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। କୋଷାଧ୍ୟକ୍ଷ ଶ୍ରୀଧର ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ପ୍ରସନ୍ନ କୁମାର ବସନ୍ତିଆ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri