Posted inରାଜ୍ୟ

ଭକ୍ତ ପାଇଲେ ନୀଳାଚଳ ଅବଢ଼ା

ପୁରୀ ଅଫିସ,୧୭ା୭: ସରିଯାଇଛି ରଥଯାତ୍ରା। ରତ୍ନସିଂହାସନରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ପୁଣି ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଗହଳି ଚହଳି। ମଙ୍ଗଳବାର ମହାପ୍ରଭୁଙ୍କୁ ଲାଗି ହୋଇଛି ମହାପ୍ରସାଦ। ଭକ୍ତ ପାଇଛନ୍ତି ନୀଳାଚଳ ଅବଢା। ଚନ୍ଦ୍ରଗ୍ରହଣ ଥିବାରୁ ନୀତିକାନ୍ତି ବି ସଅଳ ହୋଇଛି।
ଶ୍ରୀଗୁଣ୍ଡିଚା ଯାତ୍ରାଠାରୁ ଶ୍ରୀମନ୍ଦିରରେ ଅବଢା ବନ୍ଦ ରହିଥିଲା। ଚତୁର୍ଦ୍ଧାବିଗ୍ରହ ନବଦିନାତ୍ମକ ଯାତ୍ରା ଶେଷକରି ବାହୁଡ଼ିିଛନ୍ତି ଶ୍ରୀମନ୍ଦିର। ଖାଲିପଡ଼ିଥିବା ରତ୍ନସିଂହାସନ ମହାପ୍ରଭୁଙ୍କ ବିରାଜମାନରେ ଶୋଭାବର୍ଦ୍ଧନ କରୁଛି। ରତ୍ନସିଂହାସନରେ ଦାରୁବିଗ୍ରହଙ୍କ ଦର୍ଶନ ଓ ଆନନ୍ଦବଜାରରେ ଅବଢା ପାଇଁ ଭକ୍ତଙ୍କ ଅପେକ୍ଷା ରହିଥିଲା। ଏବେ ଏହି ପ୍ରତୀକ୍ଷାର ଅନ୍ତ ଘଟିଛି। ମଙ୍ଗଳବାର ଭୋର ୫ଟା ୪୫ରେ ଶ୍ରୀମନ୍ଦିର ଦ୍ୱାର ଫିଟିଥିଲା। ଏହାପରେ ମନ୍ଦିର ଭିତର ଶୋଧ କରାଯାଇ ସକାଳ ୬ଟା ୧୫ରେ ମଙ୍ଗଳ ଆଳତି ହୋଇଥିଲା। ୮ଟା ୧୫ରେ ଅବକାଶ ନୀତି ପରେ ରୋଷହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ଏବଂ ଠାକୁରଙ୍କ ବେଶ ବଢିଥିଲା। ପୂର୍ବାହ୍ନ ୧୦ଟା ୧୫ରେ ଗୋପାଳବଲ୍ଲଭ ନୀତି ସମ୍ପନ୍ନ ହୋଇଥିଲା। ୧୧ଟା ୫୦ରେ ସକାଳ ଧୂପ ସରି ଅପରାହ୍ନ ୧ଟା ୩୫ରେ ଭୋଗ ମଣ୍ଡପ ବଢି ବାହାରିଥିଲା ନୀଳାଚଳ ଅବଢା। ଏହି ଅବଢା ପାଇ ଭକ୍ତ ତୃପ୍ତ ହୋଇଥିଲେ। ପ୍ରଥମ ଅବଢା ପାଇବା ପାଇଁ ଶ୍ରୀମନ୍ଦିର ଆନନ୍ଦବଜାରରେ ପ୍ରବଳ ଭିଡ଼ ହୋଇଥିଲା। ଦର ସାମାନ୍ୟ ଅଧିକ ରହିଥିଲା। ଅନ୍ୟପକ୍ଷେ ଚନ୍ଦ୍ରଗ୍ରହଣ ଥିବାରୁ ୨ଟା ୧୫ରୁ ଅପରାହ୍ନ ୪ଟା ମଧ୍ୟରେ ଦ୍ୱିତୀୟ ଭୋଗମଣ୍ଡପ ସାରିବା ଲାଗି ନୀତି ନିର୍ଘଣ୍ଟ ହୋଇଥିଲା। କିନ୍ତୁ ଏହା ପୂର୍ବରୁ ଅର୍ଥାତ୍‌ ୩ଟା ୪୫ରେ ଦ୍ୱିତୀୟ ଭୋଗ ମଣ୍ଡପ ବଢିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?