ଭକ୍ତ, ସେବାୟତଙ୍କ ମନରେ କ୍ଷୋଭ: ରଥଯାତ୍ରା ହେବା ଦାବିରେ ଆଜି ୬ଘଣ୍ଟିଆ ପୁରୀ ବନ୍ଦ

ପୁରୀ ଅଫିସ,୧୯ା୬: ଜୁନ୍‌ ୨୩ରେ ରଥଯାତ୍ରା। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରସ୍ତୁତି ଚାଲିଥିଲା। କରୋନା କଟକଣା ତଥା ଲକ୍‌ଡାଉନ ପାଇଁ ବିଳମ୍ବରେ ରଥ ନିର୍ମାଣ ଆରମ୍ଭ ହୋଇଥିଲେ ହେଁ ଧାର୍ଯ୍ୟ ସମୟ ପୂର୍ବରୁ କାମ ସରିଥିଲା। ପ୍ରଶାସନ ପକ୍ଷରୁ ଆନୁଷଙ୍ଗିକ ପ୍ରସ୍ତୁତି ମଧ୍ୟ ଜୋର୍‌ ଧରିଥିଲା। ହେଲେ ଶୁକ୍ରବାର ସୁପ୍ରିମ୍‌କୋର୍ଟଙ୍କ ରାୟ ସମସ୍ତଙ୍କ ମନରେ ନିରାଶ ଭରିଦେଇଛି। ରଥଯାତ୍ରା ବନ୍ଦ ନିଷ୍ପତ୍ତିକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ଭକ୍ତ ଓ ସେବାୟତ। ସମସ୍ତଙ୍କ ମନରେ କୋହ ଓ କ୍ଷୋଭ। ରଥଯାତ୍ରା ହେବା ଦାବିରେ ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀ ଏବଂ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ୬ଘଣ୍ଟିଆ ପୁରୀ ବନ୍ଦ ଡାକରା ଦିଆଯାଇଛି।
ଏପ୍ରିଲ ୨୬ ତାରିଖ ଅକ୍ଷୟତୃତୀୟାରେ ଶ୍ରୀମନ୍ଦିର ଭିତରେ ରଥ ନିର୍ମାଣ ଅନୁକୂଳ ହୋଇଥିଲା। କେନ୍ଦ୍ର ସରକାରଙ୍କ ସର୍ତ୍ତମୂଳକ ଅନୁମତି ପରେ ୧୨ଦିନ ବିଳମ୍ବରେ ଅର୍ଥାତ୍‌ ମେ ୫ରେ ରଥ ନିର୍ମାଣ ଆରମ୍ଭ ହୋଇଥିଲା। ଧାର୍ଯ୍ୟ ସମୟ ପୂର୍ବରୁ ପ୍ରାୟ କାମ ସରିଛି। ସେହିପରି ମନ୍ଦିର ପ୍ରଶାସନ ପକ୍ଷରୁ ରଥ ପ୍ରତିଷ୍ଠା ଲାଗି ଦେଉଳ ପୁରୋହିତଙ୍କୁ ଅନୁମତି ଦିଆଯିବା ସହ ବିଭିନ୍ନ ସେବାୟତ ନିଯୋଗ ସହ ଆଲୋଚନା କରାଯାଇଥିଲା। ସେବାୟତମାନେ ରଥଯାତ୍ରା ହେବା ନେଇ ଏକପ୍ରକାର ନିଶ୍ଚିତ ଥିଲେ। ପ୍ରଶାସନ ପକ୍ଷରୁ ସିଂହଦ୍ୱାର ସମ୍ମୁଖରୁ ନୂତନ ଶେଡ୍‌ ଖୋଲାଯିବା, ବଡ଼ଦାଣ୍ଡ ସହ ସଂଯୋଗ ସାହିଗଳି ରାସ୍ତାକୁ ବନ୍ଦ ପାଇଁ ବ୍ୟାରିକେଡ କରାଯିବା, ବଡ଼ଦାଣ୍ଡ ଉଭୟ ପାର୍ଶ୍ୱରୁ କ୍ୟାବିନ ହଟାଇବା କାର୍ଯ୍ୟ ଚାଲିଥିଲା। ତେବେ କରୋନା ପାଇଁ ଏଥର ପୁରୀ ସମେତ ଓଡ଼ିଶାର କୌଣସି ସ୍ଥାନରେ ରଥଯାତ୍ରା ହେବ ନାହିଁ ବୋଲି କୋର୍ଟଙ୍କ ରାୟ ପରେ ସିଂହଦ୍ୱାର ସମ୍ମୁଖରେ ଭକ୍ତଙ୍କ ଭିଡ଼ ଲାଗିଥିଲା। ରଥ ନିର୍ମାଣରେ ସମ୍ପୃକ୍ତ ସେବକ କିଛି ସମୟ ପାଇଁ ଅଟକି ଯାଇଥିଲେ। ଯଦି ବିଶ୍ୱନିୟନ୍ତା ରଥରେ ବିରାଜମାନ କରିବେ ନାହିଁ ତେବେ ସେମାନେ କାହିଁକି ଘରଦ୍ୱାର ଛାଡ଼ି ସଙ୍ଗରୋଧରେ ରହି ଦିନରାତି ଏକ କରିଦେଇଥିଲେ ବୋଲି କହିଛନ୍ତି। ଅନ୍ୟ ସେବାୟତମାନେ କ୍ଷୋଭ ପ୍ରକାଶ କରିଛନ୍ତି। ସ୍ନାନପୂର୍ଣ୍ଣିମା ଯଦି ବିନା ଭକ୍ତରେ ହୋଇପାରିଲା ରଥଯାତ୍ରା କାହିଁକି ହୋଇପାରିବ ନାହିଁ ବୋଲି ପ୍ରଶ୍ନ କରିଛନ୍ତି। ଭକ୍ତମାନେ ମଧ୍ୟ ରଥଯାତ୍ରା ବନ୍ଦ ନିଷ୍ପତ୍ତିକୁ ଗ୍ରହଣ କରିପାରିନାହାନ୍ତି। ସେମାନେ ବରଂ ସରକାରଙ୍କ ନିୟମ ମାନି ଘରେ ରହିବେ, କିନ୍ତୁ ବଡ଼ଦାଣ୍ଡରେ ମହାପ୍ରଭୁଙ୍କ ରଥ ଗଡୁ ବୋଲି ମତ ରଖିଛନ୍ତି। ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଆବାହକ ପ୍ରିୟଦର୍ଶନ ପଟ୍ଟନାୟକଙ୍କ ନେତୃତ୍ୱରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ରଥଯାତ୍ରା ହେବା ଦାବିରେ ଶୁକ୍ରବାର ପୁରୀ ବନ୍ଦ ଡାକରା ଦେଇଛନ୍ତି ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀ ଏବଂ ଶ୍ରୀଜଗନ୍ନାଥ ସେନା। ସକାଳ ୬ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଶାନ୍ତିପୂର୍ଣ୍ଣ ବନ୍ଦ ଡାକରା ଦିଆଯାଇଥିବା ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀର ସ୍ବାଧୀନ କୁମାର ପଣ୍ଡା ଏବଂ ଶ୍ରୀଜଗନ୍ନାଥ ସେନାର ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri