Posted inଫୁରସତ

ଭଗବାନଙ୍କୁ ଚିଠି ଲେଖି ମନ୍ଦିର ଦାନବାକ୍ସରୁ ଟଙ୍କା ନେଇଗଲେ ଚୋର, ପଢ଼ନ୍ତୁ ଚିଠିରେ କ’ଣ ଲେଖାଥିଲା

ଜଣେ ଚୋର ଅଭିନବ ଉପାୟରେ ଚୋରି କରିଛନ୍ତି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ଚୋର ଜଣକ ମାନବିକତା ସହକାରେ ଚୋରି କରିଛନ୍ତି। ତାହା ପୁଣି କୌଣସି ବ୍ୟକ୍ତିଙ୍କ ନିକଟକୁ ଯାଇ ନୁହେଁ, ମନ୍ଦିରରେ ଠାକୁରଙ୍କ ମୂର୍ତ୍ତିଙ୍କ ନିକଟକୁ ଯାଇ ନିଜର ଦୁଃଖ ଜଣାଇ ଚୋରି କରିଛନ୍ତି। ମଧ୍ୟପ୍ରଦେଶର ବୈତୁଲ ଜିଲାରେ ଏପରି ଭିନ୍ନ ଧରଣର ଚୋରି ନଜରକୁ ଆସିଛି। ମନ୍ଦିର ଭିତରରେ ପ୍ରବେଶ କରି ଚୋର ଭଗବାନଙ୍କ ଉଦ୍ଦେଶ୍ୟରେ ଏକ ଚିଠି ଲେଖି ଦାନବାକ୍ସରୁ ନଗଦ ଟଙ୍କା ନେଇ ଫେରାର ହୋଇଯାଇଛନ୍ତି। ବୈତୁଲ ଜିଲାର ସାରଣୀସ୍ଥିତ ରାଧାକୃଷ୍ଣ ଓ୍ବାର୍ଡର ସିଦ୍ଧେଶ୍ୱର ହନୁମାନ ମନ୍ଦିରରେ ଚୋର ହନୁମାନଜୀଙ୍କୁ ଚିଠି ଲେଖି ଦାନବାକ୍ସରୁ ନଗଦ ୪୦ରୁ ୫୦ ହଜାର ଟଙ୍କା ନେଇ ପଳାଇଛନ୍ତି। ସେ ପରିସ୍ଥିତିରେ ପଡ଼ି ଏପରି ଚୋରି କରୁଛନ୍ତି, ତାଙ୍କର ସବୁ ଦୋଷ କ୍ଷମା କରିବାକୁ ଚିଠିରେ ଭଗବାନଙ୍କୁ ଲେଖିଛନ୍ତି। ଚିଠିଟି ଦାନବାକ୍ସ ଉପରେ ରଖି ଚାଲିଯାଇଥିଲେ। ସକାଳୁ ଶ୍ରଦ୍ଧାଳୁମାନେ ମନ୍ଦିରକୁ ଆସି ଦାନବାକ୍ସ ଖୋଲା ଥିବା ଦେଖିବାକୁ ପାଇଥିଲେ। ଗ୍ରାମବାସୀ କୁହନ୍ତି, ୩ ବର୍ଷ ଧରି ଏହି ଦାନବାକ୍ସ ଖୋଲା ଯାଇ ନ ଥିଲା। ତେଣୁ ଏଥିରେ ୪୦ରୁ ୫୦ ହଜାର ଟଙ୍କା ଥିବା ଅନୁମାନ କରାଯାଉଛି। ଚୋରି ସମ୍ପର୍କରେ ଗ୍ରାମବାସୀ ପୋଲିସରେ ଖବର ଦେବାରୁ ପୋଲିସ ଚିଠିଟିକୁ ଜବତ କରିବା ସହ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri