ଭଙ୍ଗା ଘରେ ଚାଲିଛି ପାଠ ପଢ଼ା

ତେଲକୋଇ, ୨୨।୮(ଡି.ଏନ.ଏ.)-ତେଲକୋଇ ମୁଖ୍ୟାଳୟରେ ରହିଛି ସର୍ବ ପୂରାତନ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ । ଏହି ବିଦ୍ୟାଳୟ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହୁଥିବା ବେଳେ ଶ୍ରେଣୀ ଗୃହରେ ପାଣି ଓ ଅଫିସ ଗୃହରେ ପାଣି ଯୋଗୁ ଆସବାବ ପତ୍ର ନଷ୍ଟ ହେବାରେ ଲାଗିଛି। ଉକ୍ତ ବିଦ୍ୟାଳୟରେ ୬ଷ୍ଠ ଶ୍ରେଣୀ ଠାରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ୩୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି। ଶତପ୍ରତିଶତ ପିଲା ଜନଜାତି ଓ ଅନୁସୂଚିତ ଜନଜାତି ଶ୍ରେଣୀର। ତେବେ ବିଦ୍ୟାଳୟର ରକ୍ଷଣାବେକ୍ଷଣ ଦାୟିତ୍ୱ ଗ୍ରାମ୍ୟ ଓ ଗୃହ ନିର୍ମାଣ ବିଭାଗ ଅଧୀନରେ ରହିଥିଲେ ହେଁ ଏହାକୁ ଗୁରୁତ୍ୱ ଦିଆଯାଉ ନ ଥିବା ଯୋଗୁ ଏବେ ଏହି ସରକାରୀ ଉଚ୍ଚ ବିଦ୍ୟାଳୟ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏପରିକି ବର୍ଷା ହେଲେ ପାଠପଢା ବନ୍ଦ କରାଯାଉଥିବା ଅଭିଭାବକ ମାନେ ଅଭିଯୋଗ କରିଛନ୍ତି। ଏପରିସ୍ଥଳେ ଏହି ବିଦ୍ୟାଳୟ ପାଇଁ ୧୧୦ ଶଯ୍ୟା ବିଶିଷ୍ଟ ଏକ ଛାତ୍ରୀନିବାସ ରହିଛି। କେବଳ ଜନଜାତି ଓ ଅନୁସୂଚିତ ଜନଜାତି ଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ଏହା ୨୦୧୫ ମସିହାରେ ସମ୍ପୂର୍ଣ୍ଣ କରାଯାଇଥିବା ବେଳେ ଅଦ୍ୟାବଧି ରହିବାର ସୁଯୋଗ ମିଳି ନଥିବା ଯୋଗୁଁ ଏହା ଅବହେଳିତ ହୋଇ ପଡିରହିଛି। ଏସମ୍ପର୍କରେ ପ୍ରଧାନ ଶିକ୍ଷକ ଅକ୍ଷୟ କୁମାର ସାହୁଙ୍କୁ ପଚାରିବାରୁ ମୂଖ୍ୟ ଅଫିସ ସହିତ କ୍ଲାସ ରୁମରେ ସାମାନ୍ୟ ବର୍ଷା ହେଲେ ପାଠପଢା ବନ୍ଦ କରାଯାଉଛି । ଏନେଇ ଜିଲା ପ୍ରଶାସନଙ୍କୁ ଲିଖିତ ଅଭିଯୋଗ ହୋଇଛି। ଏଦିଗରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ସେହିପରି ଛାତ୍ରୀ ନିବାସ ନିର୍ମାଣ ହୋଇଥିଲେ ହେଁ ପାନୀୟଜଳ ଓ ପାଚେରୀ ସହିତ ବିଦ୍ୟୁତ ସଂଯୋଗ ନ ଥିବା ଯୋଗୁଁ ଏହା କାର୍ଯ୍ୟକ୍ଷମ କରାଯାଇପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri