ଭଙ୍ଗା ଘରେ ଚାଲିଛି ବିଏସଏନଏଲ କାର୍ଯ୍ୟାଳୟ: ଅଫିସ କାର୍ଯ୍ୟ ବାଧାପ୍ରାପ୍ତ

ତେଲକୋଇ, ୨୦।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ମୁଖ୍ୟାଳୟ ଠାରେ ଥିବା ବିଏସଏନଏଲ ସେବା ଦୀର୍ଘ ୨ମାସରୁ ଊର୍ଦ୍ଧ୍ୱ ହେଲାଣି ବନ୍ଦ ଅବସ୍ଥାରେ ରହିଛି । ଏଥିଯୋଗୁଁ ବିଭିନ୍ନ କାର୍ଯ୍ୟାଳୟରେ ଥିବା ବ୍ରଡବ୍ୟାଣ୍ଡ ସେବା ଅଚଳ ହେବା ଯୋଗୁଁ ଉନ୍ନୟନ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି । ଏପରିକି ତହସିଲ କାର୍ଯ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଜରୁରୀ କାଗଜ ପତ୍ର ପାଇବାରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି । ଆଗାମୀ ଦିନରେ ସ୍କୁଲ ଛାତ୍ରୀଛାତ୍ର ଅତ୍ୟାବଶକ ସାର୍ଟିଫିକେଟ ପାଇବା ନେଇ ଆଶଙ୍କା ସୃଷ୍ଟି ହୋଇଛି । ବ୍ଲକ କାର୍ଯ୍ୟାଳୟରେ ଏଥିପାଇଁ ଉନ୍ନୟନ କାର୍ଯ୍ୟରେ ଗୁରୁତର ବାଧା ସୃଷ୍ଟି ହୋଇଛି। ରେଞ୍ଜ ଅଫିସ ବ୍ୟାଙ୍କ ଓ ପୋଲିସଷ୍ଟେଶନର ଅବସ୍ଥା ମଧ୍ୟ ଏଥିରେ ପ୍ରଭାବିତ ହୋଇଛି । ବିଏସଏନଏଲ ସେବା ଦୀର୍ଘ ୨୦ବର୍ଷ ହେବ ତେଲକୋଇ ମୁଖ୍ୟାଳୟର ଏକ ଭଡା ଘରେ ଭଗ୍ନ ଅବସ୍ଥାରେ ଥିବା ବେଳେ ମୁଖ୍ୟ ଏସି ରୁମ ମଧ୍ୟ ଅଚଳ ଅବସ୍ଥା ଯୋଗୁଁ ଯୋଗୁଁ ଦୀର୍ଘ ଦିନ ହେବ ଏହି ସେବାରୁ ବଞ୍ଚିତ ହେବାକୁ ପଡୁଥିବା କୁହାଯାଉଛି। କେବଳ ଜଣେ କର୍ମଚାରୀ ରହୁଥିବା ବେଳେ ଏଥିପ୍ରତି ଜିଲା ବିଏସଏନଏଲ କର୍ତ୍ତୃପକ୍ଷ ଏଥିପତ୍ର ଦୃଷ୍ଟି ଦେଇନାହାନ୍ତି । ଏସମ୍ପର୍କରେ ବିଭାଗୀୟ ଏସଡିଓ ବି.ସାହୁ ଙ୍କୁ ପଚାରିବାରୁ ରାସ୍ତା କାର୍ଯ୍ୟ ହେଉଥିବା ଯୋଗୁ ଘାଟି ଅଞ୍ଚଳରେ କେବୁଲ କଟିବା ଯୋଗୁଁ ସମସ୍ୟା ସୃଷ୍ଟି ହୋଇଛି । ବିଭାଗ ପକ୍ଷରୁ ନିଜସ୍ବ ଗୃହନିର୍ମାଣ ଯୋଜନା ହେଲା ପରେ ଏହାର ସମାଧାନ ହୋଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri