ଭଙ୍ଗା ହେଉଛି ଏମାର ମଠ: କୋଠିଘର ଭଙ୍ଗାଯିବା ବେଳେ ବାହାରିଲେ ଶହ ଶହ ସଂଖ୍ୟାରେ ଚେମିଣି, ସରୀସୃପ ଥିବା ଆଶଙ୍କା

ପୁରୀ ଅଫିସ,୨୯।୮: ଲଙ୍ଗୁଳୀ ମଠ ଭଙ୍ଗା ଯିବା ପରେ ଏବେ ଏମାର ମଠକୁ ଭାଙ୍ଗିଛି ପ୍ରଶାସନ। ବିପଦ ସଙ୍କୁଳ ଦର୍ଶାଇ ବୁଧବାର ଏମାର ମଠ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ଗୁରୁବାର ମଠର କୋଠିଘର ଭଙ୍ଗାଯିବା ପରେ ଏହାକୁ ନେଇ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିଛି। ଏହି କୋଠିଘରର କାନ୍ଥର ଉଚ୍ଚତା ପ୍ରାୟ ୫୦ରୁ ୬୦ ଫୁଟ ରହିଥିବା ବେଳେ ଏହା ସମ୍ପୂର୍ଣ୍ଣ ଭାବେ ପରିତ୍ୟକ୍ତ ହୋଇପଡ଼ିଥିଲା। ଏହା ଭଙ୍ଗା ଯିବା ପରେ ଶହ ଶହ ସଂଖ୍ୟାରେ ଚେମିଣି ବାହାରି ଏଣେତେଣେ ଉଡିଥିଲେ। ସରୀସୃପ ବାହାରିବା ଆଶଙ୍କା କରି ସ୍ନେକ୍‌ ହେଲ୍ପ ଲାଇନ ସଦସ୍ୟ ଉପସ୍ଥିତ ରହିଥିଲେ। ବର୍ତ୍ତମାନ ଏହି ମଠ ଉଚ୍ଛେଦ କାର୍ଯ୍ୟ ଜାରି ରହିଥିବା ବେଳେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ୩୦ ପ୍ଲାଟୁନ ଫୋର୍ସ ଏବଂ ବହୁ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?