Posted inପୁରୀ

ଭଜନ, ସଂକୀର୍ତ୍ତନରେ ଝଙ୍କୃତ ହେବ ସିଂହଦ୍ୱାର ସମ୍ମୁଖ, ପ୍ରତି ରବିବାର ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଆଧ୍ୟାତ୍ମିକ ପରିକ୍ରମା

ପୁରୀ ଅଫିସ, ୨୧।୭ : ଶ୍ରୀମନ୍ଦିର କୋଟି କୋଟି ହିନ୍ଦୁଙ୍କ ଆସ୍ଥା ଓ ବିଶ୍ୱାସର ପୀଠ। ବିଶ୍ୱନିୟନ୍ତାଙ୍କ ବିଜେସ୍ଥଳୀ। ସିନ୍ଦୂରା ଫାଟିଲେ ହଜାର ହଜାର ଶ୍ରଦ୍ଧାଳୁଙ୍କ ପାଦ ପଡେ ବଡ଼ଦାଣ୍ଡରେ। ଏକମୁହଁା ହୋଇ ସମସ୍ତେ ଛୁଟିଥାନ୍ତି ସିଂହଦ୍ୱାର ଅଭିମୁଖେ। ସମସ୍ତଙ୍କ ମନରେ ଭକ୍ତି ଏବଂ ସମର୍ପଣର ଭାବ। ଦିନ ଆରମ୍ଭରୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ଆଉ ଦୁର୍ଲଭ ମଙ୍ଗଳ ଆଳତି ବି ଦେଖିବେ। ଏମିତି ଭାବନା ନେଇ ପ୍ରତ୍ୟେକ ଦିନ ଦେଶର ବିଭିନ୍ନ ପ୍ରାନ୍ତରୁ ଶ୍ରଦ୍ଧାଳୁମାନେ ଛୁଟିଆସନ୍ତି ବଡ଼ଦେଉଳକୁ। ସକାଳୁ ରାତି ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଲାଗେ ଗହଳି ଚହଳି। ତେବେ ଶ୍ରଦ୍ଧାଳୁଙ୍କ ମନରେ ଥିବା ଭକ୍ତି ଓ ସମର୍ପଣ ଭାବକୁ ଆହୁରି ସୁଦୃଢ କରିବା ଲାଗି ଏଣିକି ନିଆରା ପଦକ୍ଷେପ ନେଇଛି ଜିଲା ପ୍ରଶାସନ। ପ୍ରତ୍ୟେକ ରବିବାର ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ହେବ ଆଧ୍ୟାତ୍ମିକ ପରିକ୍ରମା। ଭଜନ, ସଂକୀର୍ତ୍ତନରେ ଉଛୁଳି ପଡ଼ିବ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ। ଜଗନ୍ନାଥ ସଂସ୍କୃତି ସମ୍ବନ୍ଧୀୟ ଏହି କାର୍ଯ୍ୟକ୍ରମ ପ୍ରତି ରବିବାର ସକାଳ ୬ଟାରୁ ୮ଟା ଯାଏ ଚାଲିବ। ସିଂହଦ୍ୱାରଠାରୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ମଧ୍ୟରେ ଦେଖିବାକୁ ମିଳିବ ଓଡ଼ିଶୀ, ସାହିଯାତ ଓ ଗୋଟିପୁଅ ନୃତ୍ୟ ସାଙ୍ଗକୁ ରଙ୍ଗୋଲି, ଝୋଟି ଆଉ ବିଭିନ୍ନ ପ୍ରକାର ପେଣ୍ଟିଂ। ବଡ଼ଦାଣ୍ଡରେ ସୃଷ୍ଟି ହେବ ଆଧ୍ୟାତ୍ମିକ ବାତାବରଣ। ରବିବାର ସିଂହଦ୍ୱାର ସମ୍ମୁଖରେ ଦୀପଦାନପୂର୍ବକ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯିବ ବୋଲି ଜିଲାପାଳ ବଲୱନ୍ତ ସିଂ ଜଣାଇଛନ୍ତି। ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ର, ଭକ୍ତ, ଯୁବ ଓ ବିଭିନ୍ନ ବର୍ଗର ଜନସାଧାରଣ ସାମିଲ ହୋଇପାରିବେ। ଏହି ସମୟରେ ଶ୍ରଦ୍ଧାଳୁମାନଙ୍କ ଦର୍ଶନରେ ଯେପରି କୌଣସି ପ୍ରକାର ବାଧା ନ ଉପୁଜେ ଏଥିପ୍ରତି ଧ୍ୟାନ ଦିଆଯିବ। ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ପୋଲିସ ମୁତୟନ ସହ ଭକ୍ତମାନଙ୍କ ଲାଗି ପାନୀୟଜଳ ଓ ଆନୁଷଙ୍ଗିକ ବ୍ୟବସ୍ଥା ମଧ୍ୟ କରାଯିବ।

ସୂଚନାଥାଉ କି, ସିଂହଦ୍ୱାର ସମ୍ମୁଖ ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟଠାରୁ ସିଂହଦ୍ୱାର ପର୍ଯ୍ୟନ୍ତ ଅଞ୍ଚଳକୁ ବ୍ୟାରିକେଡିଂ କରାଯାଇଛି। କୌଣସି ଉଠାଦୋକାନୀ କିମ୍ବା ଭିକାରିଙ୍କୁ ବସାଯାଉ ନ ଥିବାବେଳେ ଗାଡି ପାର୍କିଂ ଉପରେ ମଧ୍ୟ କଟକଣା ଲଗାଯାଇଛି। ଭକ୍ତମାନେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟଠାରୁ ପାଦରେ ଚାଲି ଚାଲି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଫେରୁଛନ୍ତି। ବ୍ୟାରିକେଡିଂ ହୋଇଥିବା ଏହି ଫାଙ୍କା ଜାଗାରେ ଏହିଭଳି ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଲାଗି ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri