‘ଭଞ୍ଜଙ୍କ ଉପରେ ଅଧିକ ଗବେଷଣା ଆବଶ୍ୟକ’

ଭଞ୍ଜନଗର,୩୦।୧(ଡି.ଏନ.ଏ.)-କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଜଣେ ବିଶ୍ୱ ପ୍ରସିଦ୍ଧ କବି। ତାଙ୍କ ସମ୍ପର୍କରେ ଯେଉଁଭଳି ପ୍ରଚାର ଓ ପ୍ରସାର ହେବା କଥା ତାହା ଆଜି ପର୍ଯ୍ୟନ୍ତ ହୋଇପାରିନାହିଁ । ଉପେନ୍ଦ୍ର ଭଞ୍ଜଙ୍କ ଉପରେ ଅଧିକ ଗବେଷଣା ଆବଶ୍ୟକ ବୋଲି ଗୁରୁବାର ଶ୍ରୀପଞ୍ଚମୀରେ କବିସମ୍ରାଟଙ୍କ ଜୟନ୍ତୀ ପାଳନ ଅବସରରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି।
ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମମାଟି ଭଞ୍ଜନଗର ନିକଟସ୍ଥ କୁଲାଡ଼ରେ। ତେଣୁ ଭଞ୍ଜନଗର ଅଞ୍ଚଳର ବିଭିନ୍ନ ସ୍ଥାନରେ ଭଞ୍ଜ ଜୟନ୍ତୀ ପାଳନ ଯାଇଛି। ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ବକ୍ତାମାନେ ଭଞ୍ଜ ରାଜବଂଶ ଇତିହାସ ସମ୍ପର୍କରେ କହିଥିଲେ। ଏନ୍‌ଏସି ପ୍ରଶାସନ ଓ ପଣ୍ଡିତ ଶ୍ରୀଧର ରଥ ଡିଏଭି ସ୍କୁଲର ମିଳିତ ସହଯୋଗରେ ଷ୍ଟେଟବ୍ୟାଙ୍କ ଛକରେ ସଭା ହୋଇଥିଲା। ପ୍ରଥମେ ଅତିଥିମାନେ ସେଠାରେ ଥିବା ଉପେନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଶୂଳପାଣି ଶତପଥୀ ସଭା ସଂଯୋଜନା କରିଥିଲେ । ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତୀବାସ ବିଶ୍ୱାଳ, ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଅନୁପମ ବାନାର୍ଜି, ଏନ୍‌ଏସି ଯନ୍ତ୍ରୀ ସୁଶାନ୍ତ କୁମାର ସାହୁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ସେଠାରେ ଡିଏଭି ସ୍କୁଲ ପକ୍ଷରୁ ହୋମଯଜ୍ଞ ହୋଇଥିଲା। ପ୍ରଶାସନ ପକ୍ଷରୁ ଉତ୍ସବ ପାଳନ ହେଉଥିଲେ ମଧ୍ୟ ଅଧିକାରୀମାନେ ଉପସ୍ଥିତ ନ ଥିଲେ। ସେହିପରି କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜରେ ଭଞ୍ଜ ଜୟନ୍ତୀ ପାଳନ କରାଯାଇଥିଲା। ଇତିହାସ ବିଭାଗ ମୁଖ୍ୟ ପ୍ରାଧ୍ୟାପକ ସୁକାନ୍ତ କୁମାର ମିଶ୍ର ସଭା ସଂଯୋଜନା କରିଥିଲେ। ଅଧ୍ୟକ୍ଷ ଡ.ନୀଳାଞ୍ଚଳ ମୁନି, ଓଡ଼ିଆ ଭାଷା ସାହିତ୍ୟ ବିଭାଗ ମୁଖ୍ୟ ଅଧ୍ୟାପକ ବଟୁକେଶ୍ୱର ବାରିକ, ଅଧ୍ୟାପକ ଦାମୋଦର ଷଡ଼ଙ୍ଗୀ, ପ୍ରଶାସନିକ ଅଧିକାରୀ ଡ.ସୁବାସ ଚନ୍ଦ୍ର ଅତିଥି ଭାବେ ଯୋଗ ଦେଇଥିଲେ। ଅଧ୍ୟାପକ ରବୀନ୍ଦ୍ର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ପୂର୍ବତନ ଛାତ୍ର ସଂସଦ ସଭାପତି ଅମିୟ ମହାନ୍ତି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିବାରେ ସହଯୋଗ କରିଥିଲେ । ଭଞ୍ଜ ସାହିତ୍ୟ ପରିଷଦରେ ମଧ୍ୟ ସନ୍ଧ୍ୟାରେ ଭଞ୍ଜ ଜୟନ୍ତୀ ପାଳିତ ହୋଇଯାଇଛି । ଦୂରଦର୍ଶନ କେନ୍ଦ୍ରର ପ୍ରାକ୍ତନ କାର୍ଯ୍ୟକ୍ରମ ମୁଖ୍ୟ ନୀଳାଦ୍ରି ମୋହନ ଶତପଥୀ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ପୂର୍ବତନ ବିଧାୟକ ଉମାକାନ୍ତ ମିଶ୍ର କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ । ଆକାଶବାଣୀ ବ୍ରହ୍ମପୁର କେନ୍ଦ୍ରର ନିର୍ଦ୍ଦେଶକ ହୃଷୀକେଶ ପାଣିଗ୍ରାହୀ ମୁଖ୍ୟ ଅତିଥି, ଅବସରପ୍ରାପ୍ତ ରେଞ୍ଜର ସରୋଜ କୁମାର ନନ୍ଦ ସମ୍ମାନିତ ଅତିଥି ଓ ବିଶିଷ୍ଟ ଭଞ୍ଜ ଗବେଷକ ଡ.କୃଷ୍ଣକେଶବ ଷଡ଼ଙ୍ଗୀ ମୁଖ୍ୟବକ୍ତା ଭାବେ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ । ଏହି ଅବସରରେ ଭଞ୍ଜ ସଙ୍ଗୀତ ପରିବେଷଣ ହୋଇଥିଲା । ଭଞ୍ଜ ସାହିତ୍ୟ ପରିଷଦରେ ୩ ଦିନ ଧରି ଜୟନ୍ତୀ ଉତ୍ସବ ପାଳନ ହେବ । ଭଞ୍ଜ ସାହିତ୍ୟ ପରିଷଦ ଗଠନ ହେବାଠାରୁ ଏ ପର୍ଯ୍ୟନ୍ତ ୭୫ବର୍ଷ ହେବ ଭଞ୍ଜ ଜୟନ୍ତୀ ପାଳିତ ହୋଇଆସୁଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri