‘ଭଞ୍ଜଙ୍କ ଉପରେ ଅଧିକ ଗବେଷଣା ଆବଶ୍ୟକ’

ଭଞ୍ଜନଗର,୩୦।୧(ଡି.ଏନ.ଏ.)-କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଜଣେ ବିଶ୍ୱ ପ୍ରସିଦ୍ଧ କବି। ତାଙ୍କ ସମ୍ପର୍କରେ ଯେଉଁଭଳି ପ୍ରଚାର ଓ ପ୍ରସାର ହେବା କଥା ତାହା ଆଜି ପର୍ଯ୍ୟନ୍ତ ହୋଇପାରିନାହିଁ । ଉପେନ୍ଦ୍ର ଭଞ୍ଜଙ୍କ ଉପରେ ଅଧିକ ଗବେଷଣା ଆବଶ୍ୟକ ବୋଲି ଗୁରୁବାର ଶ୍ରୀପଞ୍ଚମୀରେ କବିସମ୍ରାଟଙ୍କ ଜୟନ୍ତୀ ପାଳନ ଅବସରରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି।
ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମମାଟି ଭଞ୍ଜନଗର ନିକଟସ୍ଥ କୁଲାଡ଼ରେ। ତେଣୁ ଭଞ୍ଜନଗର ଅଞ୍ଚଳର ବିଭିନ୍ନ ସ୍ଥାନରେ ଭଞ୍ଜ ଜୟନ୍ତୀ ପାଳନ ଯାଇଛି। ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ବକ୍ତାମାନେ ଭଞ୍ଜ ରାଜବଂଶ ଇତିହାସ ସମ୍ପର୍କରେ କହିଥିଲେ। ଏନ୍‌ଏସି ପ୍ରଶାସନ ଓ ପଣ୍ଡିତ ଶ୍ରୀଧର ରଥ ଡିଏଭି ସ୍କୁଲର ମିଳିତ ସହଯୋଗରେ ଷ୍ଟେଟବ୍ୟାଙ୍କ ଛକରେ ସଭା ହୋଇଥିଲା। ପ୍ରଥମେ ଅତିଥିମାନେ ସେଠାରେ ଥିବା ଉପେନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଶୂଳପାଣି ଶତପଥୀ ସଭା ସଂଯୋଜନା କରିଥିଲେ । ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତୀବାସ ବିଶ୍ୱାଳ, ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଅନୁପମ ବାନାର୍ଜି, ଏନ୍‌ଏସି ଯନ୍ତ୍ରୀ ସୁଶାନ୍ତ କୁମାର ସାହୁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ସେଠାରେ ଡିଏଭି ସ୍କୁଲ ପକ୍ଷରୁ ହୋମଯଜ୍ଞ ହୋଇଥିଲା। ପ୍ରଶାସନ ପକ୍ଷରୁ ଉତ୍ସବ ପାଳନ ହେଉଥିଲେ ମଧ୍ୟ ଅଧିକାରୀମାନେ ଉପସ୍ଥିତ ନ ଥିଲେ। ସେହିପରି କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜରେ ଭଞ୍ଜ ଜୟନ୍ତୀ ପାଳନ କରାଯାଇଥିଲା। ଇତିହାସ ବିଭାଗ ମୁଖ୍ୟ ପ୍ରାଧ୍ୟାପକ ସୁକାନ୍ତ କୁମାର ମିଶ୍ର ସଭା ସଂଯୋଜନା କରିଥିଲେ। ଅଧ୍ୟକ୍ଷ ଡ.ନୀଳାଞ୍ଚଳ ମୁନି, ଓଡ଼ିଆ ଭାଷା ସାହିତ୍ୟ ବିଭାଗ ମୁଖ୍ୟ ଅଧ୍ୟାପକ ବଟୁକେଶ୍ୱର ବାରିକ, ଅଧ୍ୟାପକ ଦାମୋଦର ଷଡ଼ଙ୍ଗୀ, ପ୍ରଶାସନିକ ଅଧିକାରୀ ଡ.ସୁବାସ ଚନ୍ଦ୍ର ଅତିଥି ଭାବେ ଯୋଗ ଦେଇଥିଲେ। ଅଧ୍ୟାପକ ରବୀନ୍ଦ୍ର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ପୂର୍ବତନ ଛାତ୍ର ସଂସଦ ସଭାପତି ଅମିୟ ମହାନ୍ତି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିବାରେ ସହଯୋଗ କରିଥିଲେ । ଭଞ୍ଜ ସାହିତ୍ୟ ପରିଷଦରେ ମଧ୍ୟ ସନ୍ଧ୍ୟାରେ ଭଞ୍ଜ ଜୟନ୍ତୀ ପାଳିତ ହୋଇଯାଇଛି । ଦୂରଦର୍ଶନ କେନ୍ଦ୍ରର ପ୍ରାକ୍ତନ କାର୍ଯ୍ୟକ୍ରମ ମୁଖ୍ୟ ନୀଳାଦ୍ରି ମୋହନ ଶତପଥୀ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ପୂର୍ବତନ ବିଧାୟକ ଉମାକାନ୍ତ ମିଶ୍ର କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ । ଆକାଶବାଣୀ ବ୍ରହ୍ମପୁର କେନ୍ଦ୍ରର ନିର୍ଦ୍ଦେଶକ ହୃଷୀକେଶ ପାଣିଗ୍ରାହୀ ମୁଖ୍ୟ ଅତିଥି, ଅବସରପ୍ରାପ୍ତ ରେଞ୍ଜର ସରୋଜ କୁମାର ନନ୍ଦ ସମ୍ମାନିତ ଅତିଥି ଓ ବିଶିଷ୍ଟ ଭଞ୍ଜ ଗବେଷକ ଡ.କୃଷ୍ଣକେଶବ ଷଡ଼ଙ୍ଗୀ ମୁଖ୍ୟବକ୍ତା ଭାବେ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ । ଏହି ଅବସରରେ ଭଞ୍ଜ ସଙ୍ଗୀତ ପରିବେଷଣ ହୋଇଥିଲା । ଭଞ୍ଜ ସାହିତ୍ୟ ପରିଷଦରେ ୩ ଦିନ ଧରି ଜୟନ୍ତୀ ଉତ୍ସବ ପାଳନ ହେବ । ଭଞ୍ଜ ସାହିତ୍ୟ ପରିଷଦ ଗଠନ ହେବାଠାରୁ ଏ ପର୍ଯ୍ୟନ୍ତ ୭୫ବର୍ଷ ହେବ ଭଞ୍ଜ ଜୟନ୍ତୀ ପାଳିତ ହୋଇଆସୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri