Categories: ଗଞ୍ଜାମ

ଭଞ୍ଜନଗରରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ ତମ ଜୟନ୍ତୀ ପାଳିତ

ଭଞ୍ଜନଗର,୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ନନ୍ଦିନୀ ଶତପଥୀ ସ୍ମୃତି ସଂସଦ ପକ୍ଷରୁ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ ତମ ଜୟନ୍ତୀ ରବିବାର ମହା ସମାହୋରରେ ପାଳିତ ହୋଇଯାଇଛି। ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ଡ. ବିଷ୍ଣୁ ଚରଣ ଚୌଧୁରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ଦକ୍ଷିଣ ଓଡ଼ିଶାର ୫୫ ଜଣ କଳାକାରଙ୍କୁ ସମ୍ବର୍ଦ୍ଧନା କରାଯାଇଛି।