ଭଞ୍ଜନଗରରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି

ଭଞ୍ଜନଗର,୨୦।୮(ଡି.ଏନ.ଏ)-ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ । ଜିଲାପାଳଙ୍କ ନିକଟକୁ ମୋଟ ୨୮୬ ଅଭିଯୋଗ ଆସିଥିଲା। ସେଥିରୁ ଅଧିକାଂଶ ରାଶନ କାର୍ଡ଼, ବିଭିନ୍ନ ଭତ୍ତା ଓ ସରକାରୀ ସହାୟତା ସମ୍ପର୍କିତ ଅଭିଯୋଗ ଥିଲା। ଅଭିଯୋଗ ଶୁଣାଣିରେ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡରୁ ୭ଜଣଙ୍କୁ ୧ଲକ୍ଷ ୨୦ ହଜାର ଟଙ୍କା ଏବଂ ରେଡ଼କ୍ରସରୁ ୫ଜଣଙ୍କୁ ୨୧ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।
ଭଞ୍ଜନଗର ଡାକ୍ତରଖାନାରେ ୨୩ ଡ଼ାକ୍ତର ରହିବା ବଦଳରେ ବର୍ତ୍ତମାନ ଅଛନ୍ତି ୧୦ ଜଣ। ସେଥିମଧ୍ୟରୁ ୩ ଜଣଙ୍କୁ ଡ଼େପୁଟେଶନରେ ଅନ୍ୟତ୍ର ପଠାଯାଇଛି। ଏହାଦ୍ୱାରା ରୋଗୀ ସେବା ପ୍ରଭାବିତ ହେଉଥିବାରୁ କଂଗ୍ରେସ ପକ୍ଷରୁ ଦୃଢ଼ ପ୍ରତିବାଦ କରାଯାଇଛି । ଏ ନେଇ ପିସିସି ସଭ୍ୟ ଦେବୀ ବିଷୋୟୀଙ୍କ ନେତୃତ୍ୱରେ କଂଗ୍ରେସ ନେତାମାନେ ଜିଲାପାଳଙ୍କୁ ଭେଟି ଡ଼େପୁଟେଶନ ପ୍ରତ୍ୟାହାର କରିବା ପାଇଁ ଦାବି କରିଛନ୍ତି । ନଚେତ କଂଗ୍ରେସ ଆଗାମୀ ଦିନରେ ଆନ୍ଦୋଳନ କରିବ ବୋଲି ବିଷୋୟୀ ସୂଚନା ଦେଇଛନ୍ତି। ଏଥିସହ ଡାକ୍ତରଖାନାରେ ଅଲଟ୍ରାସାଉଣ୍ଡ ମେଶିନକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ମଧ୍ୟ ଦାବି କରାଯାଇଛି । କଂଗ୍ରେସ ନେତା ପ୍ରଶାନ୍ତ ବିଷୋୟୀ, ନାରାୟଣ ସେଠୀ, ଟୁନା ସାହୁ, ଅଯୋଧ୍ୟାନାଥ ମହାପାତ୍ର, ସୀମାଞ୍ଚଳ ବିଷୋୟୀ ଏହି ଦାବି ଜଣାଇଛନ୍ତି। ସେହିପରି କିଛିଦିନ ପୂର୍ବେ ବର୍ଷାରେ ବେଲଗୁଣ୍ଠା ନିକଟସ୍ଥ ଚଢ଼େୟାପଲ୍ଲୀ ଅସ୍ଥାୟୀ ରାସ୍ତା ଧୋଇଯାଇଥିଲା । ନୂତନ ସେତୁ କାମ ଧିମାରେ ଚାଲିଛି । ତେଣୁ ତୁରନ୍ତ ଅସ୍ଥାୟୀ ରାସ୍ତା ତିଆରି କରିବା ପାଇଁ ସମ୍ପୃକ୍ତ ଅଞ୍ଚଳବାସୀ ଦାବି କରିଛନ୍ତି। ଏହି ଦାବି ନେଇ ସୋମବାର ଶତାଧିକ ଲୋକ ଶୋଭାଯାତ୍ରାରେ ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟକୁ ଆସି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ସେମାନେ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଏନେଇ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲାପାଳ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଗତବର୍ଷ ଚଢ଼େୟାପଲ୍ଲୀଠାରେ ବଡ଼ନଦୀ ଉପରେ ଥିବା ଲୁହା ସେତୁଟି କ୍ଷତିଗ୍ରସ୍ତ ହୋଇଥିଲା। ତେଣୁ ନୂଆ ସେତୁ କାମ ଚାଲିଛି । ଅସ୍ଥାୟୀ ରାସ୍ତା ଧୋଇ ଯିବା ପରେ ବେଲଗୁଣ୍ଠା ଭାୟା ବାଲିପଦର ବୁଗୁଡ଼ା ଯାତାୟାତ ବନ୍ଦ ଅଛି । ଅଭିଯୋଗ ଶୁଣାଣି ସମୟରେ ଗଞ୍ଜାମ ଏସ୍‌ପି ବ୍ରିଜେଶ ରୟ, ଉପ ଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ୍‌ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri