ଭଞ୍ଜନଗରରେ ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୯।୬(ଡି.ଏନ.ଏ)- ନନ୍ଦିନୀ ଶତପଥୀ ସ୍ମୃତି ସଂସଦ ପକ୍ଷରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୯ତମ ଜୟନ୍ତୀ ମଙ୍ଗଳବାର ଭଞ୍ଜନଗରରେ ପାଳିତ ହୋଇଯାଇଛି। କରୋନା ଯୋଗୁ ସମସ୍ତ ବ୍ୟକ୍ତିଙ୍କୁ ସାନିଟାଇଜ କରାଯିବା ପରେ ସାମାଜିକ ଦୂରତ୍ୱ ବଜାୟ ରଖି ଶ୍ରୀଅରବିନ୍ଦ ଶକ୍ତିପୀଠରେ ଜୟନ୍ତୀ ଉସତ୍ବ ପାଳିତ ହୋଇଥିଲା। କରୋନା ସମୟରେ ସାମାଜିକ ସେବା କରିଥିବା ହେଲପିଙ୍ଗ୍‌ ହ୍ୟାଣ୍ଡର କର୍ମକର୍ତ୍ତା ପ୍ରଶାନ୍ତ ପ୍ରଧାନ, କିରନ କୁମାର ବିଷୋୟୀ, ଟିଟୁ ବାହାଦୁର ଥାପ୍ପା, ଶୁଭମ୍‌ ପ୍ରଧାନ, ଭବାନୀ ପାଳ, ସିଦ୍ଧାର୍ଥ ସାହୁ, ଦୀପକ ପ୍ରଧାନ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନିରଦାବାସିନୀ ପଟ୍ଟନାୟକ, ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅବସରପ୍ରାପ୍ତ ଗ୍ରନ୍ଥପାଳ ପଞ୍ଚାନନ ପାଳ, ସାଈ ଏସ୍‌ଏଚ୍‌ଜି ସଭାନେତ୍ରୀ ଗୀତାଞ୍ଜଳି ତ୍ରିପାଠୀ, ସ୍ବଚ୍ଛସାଥୀ ଗୋଲାପ ମଳିକ, ଚଳିତ ବର୍ଷ ପ୍ରକୃତି ମିତ୍ର୍ର ପୁରସ୍କାର ପାଇଁ ମନୋନିତ ସାଇ ଗୁରୁକୂଳର ପ୍ରଧାନ ଶିକ୍ଷକ ମନୋରଞ୍ଜନ ମିଶ୍ର ପ୍ରମୁଖଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହାପରେ ସାଈ ଗୁରୁକୂଳ ଆବାସିକ ବିଦ୍ୟାଳୟ, ଶ୍ରୀଅରବିନ୍ଦ ଶକ୍ତିପୀଠ ଏବଂ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ଚାରାରୋପଣ ସହ ସତ୍ୟସାଈ ସେବା ସମିତି ସାଇ ଅମୃତ କଳସର କର୍ମକର୍ତ୍ତା ସନତ ସାହୁଙ୍କ ସହଯୋଗରେ ସହରର ବିଭିନ୍ନ ଗରିବ ଲୋକଙ୍କୁ ଶୁଖିଲା ଖାଦ୍ୟ ଓ ରାଶନ ବଣ୍ଟନ କରାଯାଇଥିଲା।
ଏହି ଅବସରରେ ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼. ନୀଳାଞ୍ଚଳ ମୁନି ମୁଖ୍ୟ ଅତିଥି, ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ଡ଼. ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ଗଞ୍ଜାମ ଜିଲା ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଅନୁପମ ବାନାର୍ଜି, ସାଈ ଗୁରୁକୂଳ ଆବାସିକ ବିଦ୍ୟାଳୟ ଚେୟାରମ୍ୟାନ ଅଜିତ ଶତପଥୀ, ଭଞ୍ଜନଗର ସତ୍ୟସାଈ ସେବା ସଙ୍ଗଠନର କର୍ମକର୍ତ୍ତା ସନତ କୁମାର ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସଂସଦ ସଭାପତି ତଥା ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତିବାସ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉସତ୍ବକୁ ସାମାଜିକ କର୍ମୀ ଶୁଳପାଣି ଶତପଥୀ ସଂଯୋଜନା କରିଥିଲେ। ସମ୍ପାଦକ ବାବୁଲା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।
ପ୍ରମୋଦ ପ୍ରଧାନ, ଖେଳବତୀ ସାହୁ, ସାଈ ଗୁରୁକୂଳ ଆବାସିକ ବିଦ୍ୟାଳୟ ଓ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଶିକ୍ଷୟିତ୍ରୀ ଶିକ୍ଷକ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଆଗାମୀ ଦିନରେ କରୋନା ସ୍ଥିତିରେ ସୁଧାର ଆସିଲେ ଅଗଷ୍ଟ ୪ରେ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ଦିବସରେ ଭଞ୍ଜନଗର ଅଞ୍ଚଳର କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ସଂସଦ ପକ୍ଷରୁ ନିଷ୍ପତି ହୋଇଥିଲା।
(((((ଫଟୋ୯ଏ-ସମ୍ବର୍ଦ୍ଧନା ଉସତ୍ବରେ ଅତିଥି ଏବଂ ସମ୍ବର୍ଦ୍ଧିତ ବ୍ୟକ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri