ଭଞ୍ଜନଗର, ୧୭।୪(ଡି.ଏନ୍.ଏ.): ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବୁଧବାର ପାଳିତ ହୋଇଯାଇଛି। ଏ ନେଇ ଗଞ୍ଜାମ ଜିଲା ବାଉଁଶଲୁଣ୍ଡି ବିଜୁ ସ୍ମୃତି ସଂସଦ ପରିସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏହା ପୂର୍ବରୁ ବାଇପାସ୍ ଛକ ଏବଂ ଥାନା ଛକରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଏହି ଅବସରରେ ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଉପାଧ୍ୟକ୍ଷ ଜିତେନ୍ଦ୍ର କେଶରୀ ଆରୁଖ, ଆଇନଜୀବୀ ଦିବାକର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


