ଭଞ୍ଜନଗର ସହରରେ ଜବରଦଖଲ ଉଚ୍ଛେଦ

ଭଞ୍ଜନଗର,୩୦।୮(ଡି.ଏନ.ଏ)- ବହୁ ପ୍ରତିକ୍ଷିତ ଭଞ୍ଜନଗର ଏନ୍‌ଏସିର ଖଲାସି ସାହିରୁ ଗୁରୁବାର ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଉଚ୍ଛେଦ ଆରମ୍ଭ ସମୟରେ ସାମାନ୍ୟ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାପରେ ଉଚ୍ଛେଦ ପ୍ରକ୍ରିୟା ସ୍ବାଭାବିକ ହୋଇଥିଲା। ଖଲାସି ସାହିରେ ଆଜି ୪୦ ପ୍ରତିଶତ ଉଚ୍ଛେଦ ହୋଇଥିଲା। ସନ୍ଧ୍ୟା ପର୍ଯ୍ୟନ୍ତ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ପରେ ରାସ୍ତାରେ ପଡ଼ିଥିବା ଗୋଡ଼ି, ମାଟି, ପଥର, ଇଟାକୁ ବାହାର କରିବା ପାଇଁ ପ୍ରଶାସନ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯାଇଛି। ରାତି ତମାମ ଏହି କାମ ଚାଲିବ। ଶୁକ୍ରବାର ପୁଣି ଉଚ୍ଛେଦ ହେବ। ତେଣୁ ଏନେଇ ଆଜି ସନ୍ଧ୍ୟାରେ ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଆଗାମୀ କାର୍ଯ୍ୟକ୍ରମ ଉପରେ ଏକ ସମୀକ୍ଷା ବୈଠକ ହୋଇଥିଲା। ବୈଠକରେ ଉପ ଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ, ନିର୍ବାହୀ ଅଧିକାରୀ ଭଜରାମ ବିଶ୍ୱାଳ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ରମେଶ ପ୍ରସାଦ ସ୍ବାଇଁ, ତହସିଲଦାର ଦୀନମଣି ନାୟକ, ଏନ୍‌ଏସି ଯନ୍ତ୍ରୀ ସୁଶାନ୍ତ କୁମାର ସାହୁ, ଜନସ୍ବାସ୍ଥ୍ୟ, ଟେଲିଫୋନ, ସାଉଥ୍‌କୋ ସମେତ ପ୍ରମୁଖ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଉଚ୍ଛେଦ ସମୟରେ ବିଶୃଙ୍ଖଳା ଆଶଙ୍କାରେ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ସୂଚନାଯୋଗ୍ୟ ଯେ, ଭଞ୍ଜନଗର ଖଲାସିସାହି ରାସ୍ତାକୁ ଲୋକେ ବହୁବର୍ଷ ହେବ ଜବରଦଖଲ କରି ରଖିଥିଲେ। ବିଗତ ଦିନରେ ବହୁବାର ଉଚ୍ଛେଦ ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ହୋଇଥିଲା। କିନ୍ତୁ ବିଭିନ୍ନ କାରଣରୁ ତାହା ସଫଳ ହୋଇପାରିନଥିଲା। ଶୁକ୍ରବାର ଡ୍ରେନ୍‌ ପର୍ଯ୍ୟନ୍ତ ହିଁ ଉଚ୍ଛେଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri