ଭଞ୍ଜସେନାର ପ୍ରତିଷ୍ଠା ଦିବସ

ବାରିପଦା ଅଫିସ,୨୪ା୧- ମୟୂରଭଞ୍ଜ ଜିଲାର ଅଣରାଜନୈତିକ ଯୁବଛାତ୍ର ସଂଗଠନ ଭଞ୍ଜସେନାର ୨୨ତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ସେନାର ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ସକାଳେ ମଧୁବନ ସ୍ଥିତ ମା ଭୈରବୀ ମନ୍ଦିରରେ ସମସ୍ତ କର୍ମକର୍ତ୍ତା ପୂଜାର୍ଚ୍ଚନା କରିଥିଲେ। ପରେ ସହରର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେବା ସହିତ ମେଡିକାଲ କଲେଜ ଓ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପରିସରରେ ବୃକ୍ଷରୋପଣ କରାଯାଇଥିଲା। ପରେ ସାଇବିନାୟକ ମଣ୍ଡପ ଠାରେ ସେନାର ଅଧ୍ୟକ୍ଷ ସତ୍ୟସ୍ବରୁପ ଦାଶଙ୍କ ଅଧ୍ୟକ୍ଷତାରେ ଏକ ଖବରଦାତା ସମ୍ମିିଳନୀ ଆୟୋଜନ ସହ ସେନା ପକ୍ଷରୁ ଏକ ରକ୍ତଭଣ୍ଡାର ଶାଖାର ଉଦ୍‌ଘାଟନ କରାଯାଇଥିଲା। ଜିଲାରେ ପର୍ଯ୍ୟଟନ ଶିଳ୍ପ ପ୍ରତିଷ୍ଠା କରି ବେକାରୀ ମୁକ୍ତ ମୟୂରଭଞ୍ଜ ଗଠନ ଓ ସରକାର ମୋତେ ରୋଜଗାର ଦିଅ ନାରା ନେଇ ଆସନ୍ତା ଫେବୃୟାରୀ ମାସରୁ ଜିଲାବାସୀଙ୍କୁ ସଚେତନ କରାଯାଇ ଜନ ସମର୍ଥନ ଯୁଟାଯିବ। ଏହି ଅବସରରେ ସଚେତନତା ରଥ ମଧ୍ୟ ଜିଲା ସାରା ପରିକ୍ରମା କରିବ। ଜିଲାର ହକ ପାଇଁ ହେଉଥିବା ସେନାର ଏହି ଆନ୍ଦୋଳନରେ ଜିଲାର ଯୁବଛାତ୍ରମାନେ ସାମିଲ ହେବାକୁ ସେନାର ସଭାପତି ମାଇତି ଆହ୍ବାନ ଦେଇଥିଲେ। ଯୁବ ସଂଗଠକ କଳିଙ୍ଗ କେଶରୀ ଜେନା କାର୍ଯ୍ୟକ୍ରମର ନେତୃତ୍ୱ ନେଇଥିଲେ। ଖବରଦାତା ସମ୍ମିଳନୀରେ କାର୍ଯ୍ୟକାରୀ ଅଧ୍ୟକ୍ଷ ରାକେଶ ସିଂ, ଯୁବଛାତ୍ର ସଂଯୋଜକ ରାକେଶ ବେହେରା, ଉପସଭାପତି ପ୍ରଶାନ୍ତ ମହାକୁଡ, ସାଧାରଣ ସମ୍ପାଦକ ମାନସ ବେହେରା, ମୁଖପାତ୍ର ଜ୍ୟୋତିରଞ୍ଜନ ପୃଷ୍ଟି, ସହର ସଭାପତି ସୌମ୍ୟରଞ୍ଜନ ମିଶ୍ର, ସମ୍ପାଦକ ରାକେଶ ମହାନ୍ତି ଓ ସହର ଉପସଭାପତି ସେଖ ରାଜା ଖାନ ଓ ଛାତ୍ର ନେତା ଧନଞ୍ଜୟ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ ପରେ ଜିଲାର ବିକାଶ ଦାବି ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଶାନ୍ତି ପୂର୍ଣ୍ଣ ଭାବେ ଦାବି ଜଣାଇବା ଉଦ୍ଦେଶ୍ୟରେ ସେନାର ପ୍ରାୟ ୫ ହଜାର କର୍ମକର୍ତ୍ତା ଜିଲାପାଳଙ୍କ କାର୍ଯ୍ୟାଳୟରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ମଶାଲ ଶୋଭାଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri