ଭଡ଼ା ମାଗିବେ ନାହିଁ ଘର ମାଲିକ: ଲକ୍‌ଡାଉନ୍‌ ବେଳେ ସମ୍ପୂର୍ଣ୍ଣ ମଜୁରି ଦେବେ ନିଯୁକ୍ତିଦାତା

ନୂଆଦିଲ୍ଲୀ,୩୦ା୩: କୋଭିଡ୍‌-୧୯ ସଂକ୍ରମଣ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟ ମଧ୍ୟରେ ନିଯୁକ୍ତିଦାତାମାନେ କର୍ମଚାରୀମାନଙ୍କୁ ସମ୍ପୂର୍ଣ୍ଣ ମଜୁରି ପ୍ରଦାନ କରିବେ। ସେମାନଙ୍କ ଦରମାରୁ କାଟଛାଣ୍ଟ କରିବା ଅନୁଚିତ ବୋଲି ରବିବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ସେହିପରି ଶ୍ରମିକ, ଦିନ ମଜୁରିଆ ଶ୍ରେଣୀର ଭଡ଼ାଟିଆଙ୍କଠାରୁ ଘର ମାଲିକମାନେ ମଧ୍ୟ ଘରଭଡ଼ା ମାଗିବା ଉପରେ କଟକଣା ଜାରି କରାଯାଇଛି।
ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି ଯେ, ଲକ୍‌ଡାଉନ୍‌ ଅବଧି ମଧ୍ୟରେ ଶିଳ୍ପ, ଦୋକାନ ଓ ବ୍ୟବସାୟିକ ସଂସ୍ଥାର ସମସ୍ତ କର୍ମଜୀବୀଙ୍କ ପାଉଣା ନ କାଟି ମାଲିକମାନେ ସମ୍ପୂର୍ଣ୍ଣ ଦେୟ ଉଚିତ ସମୟରେ ପ୍ରଦାନ କରିବେ। କୌଣସି ଘର ମାଲିକ ଶ୍ରମିକ ଓ ଛାତ୍ରୀଛାତ୍ରଙ୍କୁ ଘର ଛାଡ଼ିବା ପାଇଁ ବାଧ୍ୟ କଲେ ବିପର୍ଯ୍ୟୟ ପରିଚାଳନା ଆଇନ, ୨୦୦୫ର ଧାରା ୧୦(୨)(୧) ବଳରେ ସମ୍ପୃକ୍ତ ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବିଭିନ୍ନ ସହରର ଦାଦନ ଶ୍ରମିକମାନେ ସେମାନଙ୍କ ଗାଁ ଅଭିମୁଖେ ଯିବା ପାଇଁ ସଂଗ୍ରାମ କରୁଥିବା ନେଇ ରିପୋର୍ଟ ପ୍ରକାଶ ପାଇବା ପରେ ସ୍ବରାଷ୍ଟ୍ର ସଚିବଙ୍କ ଦସ୍ତଖତ ସମ୍ବଳିତ ଏହି ନିର୍ଦ୍ଦେଶନାମା ରବିବାର ଅପରାହ୍ନରେ ଜାରି କରାଯାଇଛି। ଲକ୍‌ଡାଉନ୍‌ ବେଳେ ଶ୍ରମିକମାନେ ଯେପରି ସରହଦ ଅତିକ୍ରମ କରି ଅନ୍ୟତ୍ର ପଳାୟନ ନ କରନ୍ତି ସେଥିଲାଗି ରାଜ୍ୟଗୁଡ଼ିକର କର୍ତ୍ତୃପକ୍ଷମାନେ ରାଜ୍ୟ ତଥା ଜିଲା ସୀମା ବନ୍ଦ ପାଇଁ ସୁନିଶ୍ଚିତ କରିବେ ବୋଲି ଏଥିରେ ଉଲ୍ଲେଖ ରହିଛି। ପ୍ରକାଶ ଯେ, ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ମଧ୍ୟ ଗତ ୨୩ ତାରିଖରେ ଉଭୟ ସରକାରୀ ଓ ଘରୋଇ ନିଯୁକ୍ତିଦାତାଙ୍କ ସକାଶେ ଏକ ଆଡ୍‌ଭାଇଜରି ଜାରି କରାଯାଇଥିଲା। ଲକ୍‌ଡାଉନ୍‌ ବେଳେ କର୍ମଚାରୀମାନଙ୍କୁ ଛଟେଇ ନ କରିବା ଓ ସେମାନଙ୍କ ଦରମା ନ କାଟିବା ପାଇଁ ଏଥିରେ ଉଲ୍ଲେଖ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?