ଭଣ୍ଡାରିପୋଖରୀରେ କେନ୍ଦ୍ରୀୟ ଟିମ୍‌

ଭଣ୍ଡାରିପୋଖରୀ, ୧୯।୧୨ (ଡି.ଏନ.ଏ.)- କେନ୍ଦ୍ର ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରାଳୟ ପକ୍ଷରୁ ଗୁରୁବାର ଏଡବ୍ଲ୍ୟୁଏଡିଏଚ୍‌ ରିସର୍ଚ ଫାଉଣ୍ଡେଶନ ଦ୍ୱାରା କେନ୍ଦ୍ରୀୟ ଏଡବ୍ଲ୍ୟୁଏଡିଏଚ୍‌ ସଂସ୍ଥାର ଏକ ଟିମ୍‌ ଭଣ୍ଡାରିପୋଖରୀ ଅଞ୍ଚଳ ବୁଲି ନିରୀକ୍ଷଣ କରି ଫେରିଛନ୍ତି। ଏଡବ୍ଲ୍ୟୁଏଡିଏଚ୍‌ ପ୍ରୋଜେକ୍ଟ ଅଧିକାରୀ ଅମ୍ବିକା ପ୍ରସାଦ ବର୍ମା, ଏପିଡି ପ୍ରହ୍ଲାଦ ରଣା, ଦେବେନ୍ଦ୍ର ପାଣ୍ଡବ ଓ ସାମାଜିକ ସୁରକ୍ଷା ଅଧିକାରୀ ଅମର ସାହୁ କେନ୍ଦ୍ରୀୟ ଯୋଜନା ପ୍ରଧାନମନ୍ତ୍ରୀ ଆବାସ, ଉଜ୍ଜ୍ୱଳା, ଏନ୍‌ଆର୍‌ଇଜିଏସ୍‌, ଜାତୀୟ ବାର୍ଦ୍ଧକ୍ୟ ଭତ୍ତା, ସ୍ବୟଂସହାୟିକା ଗୋଷ୍ଠୀ, ପ୍ରଧାନମନ୍ତ୍ରୀ ଗ୍ରାମସଡ଼କ, ସୌଭାଗ୍ୟ ଯୋଜନା, ଜବ୍‌କାର୍ଡ, ଶୌଚାଳୟ ଆଦି ନିର୍ମାଣ କାର୍ଯ୍ୟର ତଦାରଖ କରିଥିଲେ। ଏନ୍‌ଆର୍‌ଇଜିଏସ୍‌ ଓ ଜବ୍‌ କାର୍ଡଧାରୀ ନ ଥିବାରୁ ସେମାନେ ଅସନ୍ତୋଷ ପ୍ରକାଶ କରିଥିଲେ। କେନ୍ଦ୍ରୀୟ ଅନୁଦାନରେ ଆସୁଥିବା ଅର୍ଥରେ ହୋଇଥିବା ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଅଧିକାରୀ ପଚାରି ବୁଝିଥିଲେ। କେନ୍ଦ୍ରୀୟ ଟିମ୍‌ ବ୍ଲକର ନିର୍ଗୁଣ୍ଡି ପଞ୍ଚାୟତ ରାଜେନ୍ଦ୍ରପୁର ଗ୍ରାମ ପରିଦର୍ଶନ କରି ପଞ୍ଚାୟତ କାର୍ଯ୍ୟାଳୟରେ ସମୀକ୍ଷା କରିଥିଲେ। ବିଡିଓ ବନମାଳୀ ତରାଇ, ସରପଞ୍ଚ ନମିତା ପାତ୍ର, କନିଷ୍ଠଯନ୍ତ୍ରୀ ଦିବାକର ସାହୁ, ହୃଦାନନ୍ଦ ଜେନା, ସରୋଜିନୀ ସାହୁ, କାର୍ଯ୍ୟନିର୍ବାହୀ ଅଧିକାରୀ ଜୟଦେବ ମିଶ୍ର, ବାବାଜୀ ଚରଣ ଜେନା, ସନ୍ତୋଷ ରାଉତ ପ୍ରମୁଖଙ୍କ ସହ ଗ୍ରାମବାସୀ ଓ ସ୍ବୟଂସହାୟିକା ଗୋଷ୍ଠୀର ମହିଳାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri