ଭତା, ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ବୁରୁଧ୍‌

ପର୍ଲା, ୧୪।୨(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ବ୍ରହ୍ମଣଛେଣ୍ଡିଆ ପଁଚେତ୍‌ ଚିଲିଚିଲା ଗଁାର ବୁରୁଧ୍‌ ଧବଳେଶ୍ୱର ହଂସ(୬୯)। ସେ ଝନେ ଭିନ୍ନକ୍ଷମ ଆଏ। ହେଲେ ଆଏଜ୍‌ ବି ଅନେକ ସରକାରୀ ସୁବିଧା ସୁଯୋଗରୁ ବଁଚିତ୍‌ ହେଇ ରହିଥିବାର ସେ ଅଭିଯୋଗ କରିଛନ୍‌।
ସୂଚନା ଅନ୍‌ସାରେ ଚିଲିଚିଲା ଗଁାର ଧବଳେଶ୍ୱର ହଂସ(୬୯)। ପରିବାର କହେଲେ ମାଏକିନା ଘସେନ, ଦୁଇ ପୁଓ ବିନୋଦ, ସୁରେଶ ଆର ଝି’ ସ୍ନେହଲତାକୁଁ ନେଇ ସଁସାର। ପରିବାରଟା ନିହାତି ଗରିବ୍‌, ଜମିବାଡି, ସଁପତି ବଲି କିଛି ନାଇଁ। ଇଆଡ଼େ ଧବଳେଶ୍ୱର ଝନେ ଭିନ୍ନକ୍ଷମ ଆଏ। ସେ ୭୫ ଭାଗ୍‌ ଭିନ୍ନକ୍ଷମ ବଲି ପରମାନପତର ବି ପାଇଛନ୍‌। ହେଲେ ଆଏଜ୍‌ ବି ଅନେକ ସରକାରୀ ଯୋଜନାରୁ ବଁଚିତ୍‌ ହେଇ ରହିଛନ୍‌। ଭତା ଆର ଆବାସ ଯୋଜନାରେ ଘରଖଁଡ଼େ ପାଏବାର ଲାଗି ଧବଳେଶ୍ୱର ଅନେକ ଥର ପଁଚେତ୍‌ନୁ ବ୍ଲକ ତକ୍‌ ଗୁହାରି କରି ନିରାଶ ହେଇଥିବାର କହିଛନ୍‌। ଇଆଡ଼େ କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଭିନ୍ନକ୍ଷମମାନକର ଲାଗି ଅନେକ ଯୋଜନା କାଯ୍‌କାରୀ କରି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଧବଳେଶ୍ୱରକଁର ଲେଖେଁ ଝନେ ନିସାହା ଦିବ୍ୟାଙ୍ଗ ବୁରୁଧ୍‌ ସରକାରୀ ଯୋଜନାରୁ ବାଦ୍‌ ପଡ଼ବାରଟା ନିହାତି ଦୁଖର କଥା ବଲି ଅଂଚଲର ବୁଧିଜୀବୀ ମହଲରେ ଚରଚା ହେଉଛେ। ଇଆଡ଼େ ଧବଳେଶ୍ୱର ନିଜେ ଭିନ୍ନକ୍ଷମ ହେବାର ଲାଗି ପୂରାପୂରି ପରିବାର ଉପରେ ନିରଭର କରି ଚଲୁଛନ୍‌। ପୁଓ ମାଏକିନା କୁଲିମଜୁରି କରି ଯାହା କମଉଛନ୍‌ ସେଥ୍‌ରେ ତାକର ପରିବାର ଚଲୁଛେ। ସରକାରୀ ସହାଯ୍‌ କହେଲେ ରାଶନକାର୍ଡରେ ପଁଚେତ୍‌ରୁ ମାସିକ ମିଲୁଥିବାର ୨୫ କେ.ଜି. ଚାଉଲ। ହେଲେ ୨୫ କେ.ଜି. ଚାଉଲ ୫ ଝନିଅଁା କୁଟୁମ୍‌କେ ନିଅଁଟ ହେଉଛେ। ଏନ୍‌ତାଥି ଧବଳେଶ୍ୱରକୁଁ ଅନ୍ତ୍ୟୋଦୟ ଅନ୍ନପୂର୍ଣ୍ଣା ଯୋଜନାରେ ମାସିକ ୩୫ କେ.ଜି. ଚାଉଲ, ଭତା ଆର ଆବାସ ଯୋଜନାରେ ଘରଖଁଡ଼େ ଯୁଗେଇ ଦେବାକେ ଗଁାବାସୀ ଦାବି କରିଛନ୍‌। ଇ ବାବ୍‌ଦେ ଧର୍ମଗଡ଼ ବିଡିଓ ଗୋପାଳକୃଷ୍ଣ ମିଶ୍ରକୁଁ ପଚ୍‌ରାଲାରୁ ନିହାତି ଭାବେ ଧବଳେଶ୍ୱରକୁଁ ସବୁ ପରକାର ସରକାରୀ ସାହାଯ୍‌ ଯୁଗେଇ ଦିଆଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri