ଭତ୍ତା ପାଇଁ ଏପ୍ରିଲରୁ ଆଧାର ଜରୁରୀ

ଭୁବନେଶ୍ୱର,୨ା୧(ବ୍ୟୁରୋ) : ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନ ପାଇବାକୁ ଓ ଧାନ ବିକିବା ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଏବେ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏନ୍‌ଏସ୍‌ଏପି) ଏବଂ ମଧୁବାବୁ ପେନ୍‌ସନ ଯୋଜନା(ଏମ୍‌ବିପିୱାଇ)ରେ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ମଧ୍ୟ ଆଧାର ସଂଯୋଗ କରିବାକୁ ପଡ଼ିବ। ଆସନ୍ତା ଏପ୍ରିଲ ପହିଲା ସୁଦ୍ଧା ହିତାଧିକାରୀଙ୍କ ଶତ ପ୍ରତିଶତ ଆଧାର ସଂଯୋଗ କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ (ଏସ୍‌ଏସ୍‌ଇପିଡି) ସଚିବ ଭାସ୍କରଜ୍ୟୋତି ଶର୍ମା ବୁଧବାର ସମସ୍ତ ଜିଲାପାଳଙ୍କୁ ଏ ନେଇ ଚିଠି ଲେଖିଛନ୍ତି।
ଚିଠିରେ ଉଲ୍ଲେଖ କରାଯାଇଛି ଯେ, ୨୦୧୯ ଅକ୍ଟୋବର ସୁଦ୍ଧା ଉକ୍ତ ଯୋଜନାରେ ୧୦୦% ହିତାଧିକାରୀଙ୍କ ଆଧାର ସଂଯୋଗ କରିବାକୁ ସମୟ ଧାର୍ଯ୍ୟ କରାଯାଇଥିଲା। ସେଥିରୁ ଏନ୍‌ଏସ୍‌ଏପି କ୍ଷେତ୍ରରେ ୯୧% ଏବଂ ଏମ୍‌ବିପିଓ୍ବାଇ କ୍ଷେତ୍ରରେ ୭୩% ଆଧାର ଲିଙ୍କ୍‌ କରାଯାଇଛି। ଚଳିତ ମାସ ୧୫ ତାରିଖରେ ଯେଉଁ ହିତାଧିକାରୀଙ୍କ ଆଧାର କାର୍ଡ ସଂଯୋଗ ହୋଇ ନ ଥିବ ସେମାନଙ୍କୁ ଆଉ ମାସେ ଅର୍ଥାତ ଫେବୃୟାରୀ ୧୫ ସୁଦ୍ଧା ସଂଯୋଗ କରିବାକୁ କୁହାଯାଇଛି। ଯେଉଁ ହିତାଧିକାରୀମାନଙ୍କ ଆଧାର ସଂଯୋଗ ହୋଇନାହିଁ, ସେମାନଙ୍କର ଏକ ବ୍ଲକଓ୍ବାରୀ ତାଲିକା ପ୍ରସ୍ତୁତ କରିବାକୁ କୁହାଯାଇଛି। ୨୦୨୦ ଜାନୁୟାରୀ ୩୧ ସୁଦ୍ଧା ହିତାଧିକାରୀମାନଙ୍କ ସମସ୍ତ ତଥ୍ୟ ସଂଗ୍ରହ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନ୍‌ଏସ୍‌ଏପି ଏବଂ ଏମ୍‌ବିପିୱାଇରେ ନୂଆ ହିତାଧିକାରୀ ଚୟନ ବେଳେ ଆଧାର ଯାଞ୍ଚ ସହ ମାର୍ଚ୍ଚ ୧୫ ତାରିଖ ସୁଦ୍ଧା ୧୦୦% ଆଧାର ସଂଯୋଗ କରିବାକୁ କୁହାଯାଇଛି। ୨୦୨୦ ଏପ୍ରିଲ ପହିଲାରୁ ଆଧାର ସଂଯୋଗ ବାଧ୍ୟତାମୂଳକ କରାଯିବ। ଆଧାର ସଂଯୋଗ ହୋଇ ନ ଥିଲେ ଭତ୍ତା ଅର୍ଥ ପ୍ରଦାନ କରାଯିବ ନାହିଁ ବୋଲି ବିଭାଗ ପକ୍ଷରୁ ଜିଲାପାଳମାନଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ ପ୍ରତିବାଦରେ ରାହୁଲ-ପ୍ରିୟଙ୍କା ଗାନ୍ଧୀଙ୍କ ପଦଯାତ୍ରା, ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ପହଞ୍ଚି…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିନିଧୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ମଧ୍ୟରେ ସୋମବାର ଏକ ସାକ୍ଷାତ ହୋଇଛି। ସୂତ୍ରରୁ ଜଣାପଡିଛି ଯେ…

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri