ଭଦ୍ରକରୁ ଆସିଲେ ଅଧିକାରୀ, ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟକୁ ଯିବା ଲାଗି ଡରୁଛନ୍ତି ଶିକ୍ଷକ

ଗୁଡଭେଲା,୨୩ା୪(ଡି.ଏନ୍‌.ଏ.) : କରୋନା ମୁକାବିଲା ପାଇଁ ମାର୍ଚ୍ଚ ୨୫ରୁ ପ୍ରାୟ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଥିବାରୁ ଅଧିକାଂଶ ଅଧିକାରୀ ଛୁଟି ଭାବି ନିଜ ନିଜ ଗାଁକୁ ଚାଲିଯାଇଥିବା ବେଳେ ଏପ୍ରିଲ ୨୦ରୁ କିଛି କାର୍ଯ୍ୟାଳୟ ଖୋଳିଥିଲା। ଏପରିକି ଆସନ୍ତା ୨୫ ତାରିଖ ମଧ୍ୟରେ ବିଭିନ୍ନ ବିଦ୍ୟାଳୟର ପାଠ ପଢୁଥିବା ଛାତ୍ରୀଛାତ୍ରଙ୍କୁ ବହି ବଣ୍ଟନ ପାଇଁ ଶିକ୍ଷା ବିଭାଗ ନିର୍ଦ୍ଦେଶ ଦେବାରୁ ଭଦ୍ରକ ଜିଲା ସହର ମହାକୁମାରେ ରହିଥିବା ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକର ଅତିରିକ୍ତ ଶିକ୍ଷାଧିକାରୀ ରମେଶ ସାମର୍ଥ ଗୁଡଭେଲା କାର୍ଯ୍ୟାଳୟକୁ ୧୯ ତାରିଖରେ ବାଇକ୍‌ ଯୋଗେ ଫେରିଥିଲେ। ଏହି ନେଇ କୌଣସି ଅଧିକାରୀ ଜାଣି ପାରି ନ ଥିବା ବେଳେ ୨୨ ତାରିଖରେ ଗୁଡଭେଲା ଶିକ୍ଷା କାର୍ଯ୍ୟାଳୟରୁ ବହିଗୁଡ଼ିକ ପଠାଇଥିବା ଜଣାପଡ଼ିବାରୁ ଏ ଅଞ୍ଚଳରେ କୋକୁଆଭୟ ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ଉକ୍ତ କର୍ମଚାରୀଙ୍କୁ ୧୪ଦିନ ପାଇଁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବା ପାଇଁ ବିଡିଓ ସୂର୍ଯ୍ୟକୁମାର ନାୟକ ପରାମର୍ଶ ଦେଇଛନ୍ତି। ଏନେଇ ଅତିରିକ୍ତ ଶିକ୍ଷାଧିକାରୀ ରମେଶ ସାମର୍ଥଙ୍କୁ ପଚାରିବାରୁ ସେ କହିଥିଲେ, ମୁଁ ଆସିବା ପରେ ନିୟମ ଅନୁଯାୟୀ ମାସ୍କ, ସାନିଟାଇଜର ଓ ସାମାଜିକ ଦୂରତା ଅବଲମ୍ବନ କରିଛି। କାହା ସମ୍ପର୍କରେ ଆସି ନାହିଁ। ବହିଗୁଡ଼ିକ ଗାଡ଼ିରେ ଦେବା ସମୟରେ ସାମାଜିକ ଦୂରତା ରକ୍ଷାକରି ଦେବା ପାଇଁ କହିଥିଲି।
ସୂଚନାଯୋଗ୍ୟ, ବଲାଙ୍ଗୀର ଜିଲାରେ ଏପର୍ଯ୍ୟନ୍ତ ଜଣେ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇ ନ ଥିବା ବେଳେ ଗ୍ରୀନ୍‌ ଜୋନ୍‌ରେ ରହିଛି। ଅନ୍ୟପକ୍ଷରେ ପଶ୍ଚିମବଙ୍ଗ ଲିଙ୍କ୍‌ ଯୋଗୁ ବର୍ତ୍ତମାନ ଭଦ୍ରକ ଉପରେ ସରକାରଙ୍କ ନଜର ରହିଥିବା ସହ ଭଦ୍ରକରେ ପ୍ରାୟ ୧୧ଟି କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।   ଏପରି ସ୍ଥିତିରେ ଉକ୍ତ ଜିଲାରୁ ଅଧିକାରୀ ଜଣକ ଆସିବା ପରେ ଏ ଅଞ୍ଚଳରେ ଆତଙ୍କ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri