ଭଦ୍ରକରୁ ଆସିଲେ ଅଧିକାରୀ, ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟକୁ ଯିବା ଲାଗି ଡରୁଛନ୍ତି ଶିକ୍ଷକ

ଗୁଡଭେଲା,୨୩ା୪(ଡି.ଏନ୍‌.ଏ.) : କରୋନା ମୁକାବିଲା ପାଇଁ ମାର୍ଚ୍ଚ ୨୫ରୁ ପ୍ରାୟ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଥିବାରୁ ଅଧିକାଂଶ ଅଧିକାରୀ ଛୁଟି ଭାବି ନିଜ ନିଜ ଗାଁକୁ ଚାଲିଯାଇଥିବା ବେଳେ ଏପ୍ରିଲ ୨୦ରୁ କିଛି କାର୍ଯ୍ୟାଳୟ ଖୋଳିଥିଲା। ଏପରିକି ଆସନ୍ତା ୨୫ ତାରିଖ ମଧ୍ୟରେ ବିଭିନ୍ନ ବିଦ୍ୟାଳୟର ପାଠ ପଢୁଥିବା ଛାତ୍ରୀଛାତ୍ରଙ୍କୁ ବହି ବଣ୍ଟନ ପାଇଁ ଶିକ୍ଷା ବିଭାଗ ନିର୍ଦ୍ଦେଶ ଦେବାରୁ ଭଦ୍ରକ ଜିଲା ସହର ମହାକୁମାରେ ରହିଥିବା ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକର ଅତିରିକ୍ତ ଶିକ୍ଷାଧିକାରୀ ରମେଶ ସାମର୍ଥ ଗୁଡଭେଲା କାର୍ଯ୍ୟାଳୟକୁ ୧୯ ତାରିଖରେ ବାଇକ୍‌ ଯୋଗେ ଫେରିଥିଲେ। ଏହି ନେଇ କୌଣସି ଅଧିକାରୀ ଜାଣି ପାରି ନ ଥିବା ବେଳେ ୨୨ ତାରିଖରେ ଗୁଡଭେଲା ଶିକ୍ଷା କାର୍ଯ୍ୟାଳୟରୁ ବହିଗୁଡ଼ିକ ପଠାଇଥିବା ଜଣାପଡ଼ିବାରୁ ଏ ଅଞ୍ଚଳରେ କୋକୁଆଭୟ ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ଉକ୍ତ କର୍ମଚାରୀଙ୍କୁ ୧୪ଦିନ ପାଇଁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବା ପାଇଁ ବିଡିଓ ସୂର୍ଯ୍ୟକୁମାର ନାୟକ ପରାମର୍ଶ ଦେଇଛନ୍ତି। ଏନେଇ ଅତିରିକ୍ତ ଶିକ୍ଷାଧିକାରୀ ରମେଶ ସାମର୍ଥଙ୍କୁ ପଚାରିବାରୁ ସେ କହିଥିଲେ, ମୁଁ ଆସିବା ପରେ ନିୟମ ଅନୁଯାୟୀ ମାସ୍କ, ସାନିଟାଇଜର ଓ ସାମାଜିକ ଦୂରତା ଅବଲମ୍ବନ କରିଛି। କାହା ସମ୍ପର୍କରେ ଆସି ନାହିଁ। ବହିଗୁଡ଼ିକ ଗାଡ଼ିରେ ଦେବା ସମୟରେ ସାମାଜିକ ଦୂରତା ରକ୍ଷାକରି ଦେବା ପାଇଁ କହିଥିଲି।
ସୂଚନାଯୋଗ୍ୟ, ବଲାଙ୍ଗୀର ଜିଲାରେ ଏପର୍ଯ୍ୟନ୍ତ ଜଣେ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇ ନ ଥିବା ବେଳେ ଗ୍ରୀନ୍‌ ଜୋନ୍‌ରେ ରହିଛି। ଅନ୍ୟପକ୍ଷରେ ପଶ୍ଚିମବଙ୍ଗ ଲିଙ୍କ୍‌ ଯୋଗୁ ବର୍ତ୍ତମାନ ଭଦ୍ରକ ଉପରେ ସରକାରଙ୍କ ନଜର ରହିଥିବା ସହ ଭଦ୍ରକରେ ପ୍ରାୟ ୧୧ଟି କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।   ଏପରି ସ୍ଥିତିରେ ଉକ୍ତ ଜିଲାରୁ ଅଧିକାରୀ ଜଣକ ଆସିବା ପରେ ଏ ଅଞ୍ଚଳରେ ଆତଙ୍କ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri