ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଲା

ଭଦ୍ରକ ଅଫିସ,୨୨ା୬: ଜିଲାରୁ ସୋମବାର ପୁଣି ୪ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ଭଦ୍ରକ, ଧାମନଗର ଏନ୍‌ଏସି ଓ ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳର ବୋଲି ଜଣାପଡ଼ିଛି। ଏମାନେ ଆନ୍ଧ୍ର, ଦିଲ୍ଲୀ ଓ ଉତ୍ତରପ୍ରଦେଶରୁ ଫେରି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିଲେ।