Posted inଭଦ୍ରକ

ଭଦ୍ରକ କଂଗ୍ରେସର ବିକ୍ଷୋଭ

ଭଦ୍ରକ ଅଫିସ, ୩।୮ – ବିଧାନସଭାରେ ବିରୋଧୀ ଦଳ ଉପନେତା ତଥା ଭାଜପା ବିଧାୟକ ବିଷ୍ଣୁ ସେଠୀ ମୁସଲିମ୍‌ ମହିଳାଙ୍କ ଉପରେ ଦେଇଥିବା ମନ୍ତବ୍ୟକୁ ବିରୋଧ କରି ଭଦ୍ରକ କଂଗ୍ରେସ ପକ୍ଷରୁ ନିନ୍ଦା କରାଯାଇଛି। ବିଧାୟକ ସର୍ବ ସମ୍ମୁଖରେ କ୍ଷମା ମାଗନ୍ତୁ ବୋଲି ଦାବି ନେଇ ଶୁକ୍ରବାର ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି ନଳିନୀକାନ୍ତ ମହାନ୍ତିଙ୍କ ନେତୃତ୍ୱରେ ବାଇକ୍‌ ଶୋଭାଯାତ୍ରା କରାଯାଇଥିଲା। ସ୍ଥାନୀୟ ମଦିନା ମଇଦାନଠାରୁ ଶୋଭାଯାତ୍ରା ବାହାରି ଭଦ୍ରକ ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପରେ କଂଗ୍ରେସ କର୍ମକର୍ତ୍ତା ବିଧାୟକ ସେଠୀଙ୍କ କୁଶପୁତ୍ତଳିକା ଦାହ କରିବା ସହ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଅବ୍‌ଦୁଲ ମୋକିଦ୍‌ ଖଁା, ଦେବେନ୍ଦ୍ର ମହାନ୍ତି, ଦିଲୀପ ନାୟକ, ଅସରଫ୍‌ ଅଲ୍ଲି ଖଁା, ଶେଖ୍‌ ସମ୍‌ଦାନୀ, ଶେଖ୍‌ ଜଫିରୁଦ୍ଦିନ, ଶେଖ୍‌ ଜୁଲଫୁକାର, ପୀତବାସ ଧଳ, ପୁଷ୍ପରାଜ ଲାହା, ଶେଖ୍‌ ଫରିୟୁଦ୍ଦିନ୍‌, ତାହେର ମହମ୍ମଦ ଖଁା ପ୍ରମୁଖ ବିକ୍ଷୋଭରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ଅବହେଳା, ଭତ୍ତା ପାଇଁ ୮୨ ବର୍ଷର ବୃଦ୍ଧା ମା’କୁ ଭାରରେ ବୋହିଲେ ପୁଅ

ବନ୍ତ,୨୫।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ଗଣଧାରଣାର ତୃତୀୟ ଦିନରେ ଏକ ଚକିତ ଘଟଣା ଦେଖିବାକୁ ମିଳିଛି…

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର…

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ…

ସକାଳୁ ସକାଳୁ ପାଇଖାନାରୁ ମିଳିଲା ଛାତ୍ରଙ୍କ ହାତବନ୍ଧା ମୃତଦେହ: ହତ୍ୟା ସନ୍ଦେହ

ଭଦ୍ରକ, ୨୧।୫(ସନାତନ ରାଉତ):ଭଦ୍ରକ ଟାଉନ ଥାନା ଚରମ୍ପାର ଏକ ପାଇଖାନାରୁ ଜଣେ ଛାତ୍ରଙ୍କ ହାତବନ୍ଧା ମୃତଦେହ ଉଦ୍ଧାର l ପରିବାର ପକ୍ଷରୁ ହତ୍ୟା ସନ୍ଦେହ କରାଯାଉଛି l…

ଏହି ଜିଲାରେ କାଲିଠୁ ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର, ପିଲାଙ୍କ ଘରକୁ ଶୁଖିଲା ଖାଦ୍ୟ….

ଭଦ୍ରକ,୨୦ା୫: ପ୍ରବଳ ଗ୍ରୀଷ୍ମ ପ୍ରବାହରେ ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ । ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ଗରମ ସାଙ୍ଗକୁ ଗୁଳୁଗୁଳି ମଧ୍ୟ…

ଅଙ୍ଗନୱାଡ଼ିରୁ ମିଳୁଥିବା ବାଦାମ ଚିକି ଖାଇ ଗର୍ଭବତୀ ଗୁରୁତର, ସିଡିପିଓ ଅଫିସରେ ଧାରଣା ଦେଲେ ଲୋକେ

ବନ୍ତ,୧୯।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ବନ୍ତ ପଞ୍ଚାୟତର ସଖୀପାଟଣା ଅଙ୍ଗନୱାଡ଼ି କେନ୍ଦ୍ରରୁ ମିଳିଥିବା ଅସ୍ବାସ୍ଥ୍ୟକର ପୃଷ୍ଟିକର ଖାଦ୍ୟ ଖାଇ ଜଣେ ଗର୍ଭବତୀ ମହିଳା…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୬ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri