ଭଦ୍ରକ ଜିଲାରେ ୫ କରୋନା ପଜିଟିଭ୍‌ ଚିହ୍ନଟ: ୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା, କଟକଣା ଜାରିକଲା ପ୍ରଶାସନ

ଭଦ୍ରକ ଅଫିସ,୨୦ା୪: ଭଦ୍ରକ ଜିଲାରେ ପୁଣି ଥରେ ଗୋଟିଏ ଦିନରେ ୫ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ଏହାପରେ ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚଳକୁ ସିଲ୍‌ କରି ଦିଆଯିବା ସହ ଯାତାୟାତରେ କଟକଣା ଜାରି କରାଯାଇଛି। ତେବେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଭଣ୍ଡାରିପୋଖରୀ ବ୍ଲକର ୨ ଜଣ ହୋଇଥିବା ବେଳେ ବାସୁଦେବପୁର ବ୍ଲକର ୩ ଜଣ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସଙ୍କ ସୂଚନା ଅନୁଯାୟୀ, ଉକ୍ତ ପଞ୍ଚାୟତଗୁଡ଼ିକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଚି଼ହ୍ନଟ କରାଯାଇ ବିଭିନ୍ନ କଟକଣା ଜାରି କରାଯାଇ ରୋଗୀମାନଙ୍କୁ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସା ଆରମ୍ଭ କରାଯାଇଛି। ସ୍ବତନ୍ତ୍ର ଅଧିକାରୀମାନେ ଚି଼ହ୍ନଟ ରୋଗୀମାନଙ୍କ ଗସ୍ତ ବିବରଣୀ ସମ୍ପର୍କିତ ତଥ୍ୟ ସଂଗ୍ରହ କରୁଛନ୍ତି। ପରେ ଏ ସମ୍ପର୍କରେ ଅଧିକ ତଥ୍ୟ ଜଣାପଡ଼ିବ ବୋଲି ଜିଲାପାଳ କହିଛନ୍ତି।
ସୂଚନାଯୋଗ୍ୟ, ଜିଲାରେ ପୂର୍ବରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୋମବାର ଆଉ ୫ ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ପୂର୍ବରୁ ୨ ସୁସ୍ଥ ହୋଇଛନ୍ତି।