ଭଦ୍ରକ ଜିଲା ପର୍ଯ୍ୟଟନ ସ୍ଥଳୀର ବିକାଶ ଲାଗି ସ୍ବତନ୍ତ୍ର ଯୋଜନା ହେବ: ମନ୍ତ୍ରୀ

ଭଦ୍ରକ ଅଫିସ,୪ା୬-ଭଦ୍ରକ ଜିଲାରେ ପର୍ଯ୍ୟଟନର ବିକାଶ ଲାଗି ସ୍ବତନ୍ତ୍ର ଯୋଜନା କରିବା ସକାଶେ ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଜିଲାପାଳ ଓ ଜିଲା ପର୍ଯ୍ୟଟନ ଅତ୍ଧକାରୀଙ୍କୁ ପରାମର୍ଶ ଦେଇଛନ୍ତି । ସୋମବାର ସେ ଦିନିକିଆ ଭଦ୍ରକ ଗସ୍ତରେ ଆସିବା ଅବସରରେ ମା’ ଭଦ୍ରକାଳୀ ଓ ବାବା ଆଖଣ୍ଡଳମଣିଙ୍କ ପ୍ରସିଦ୍ଧ ଆରଡି ଜିଲାର ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ରକ ଯେଭଳି ଅଧିକ ପର୍ଯ୍ୟଟକ ଆସବେ ସେଥିଲାଗି ଆବଶ୍ୟକ ପଦକ୍ଷେପ ନେବା ସକାଶେ ସେ ଗୁରୁତ୍ୱାରୋପ କରିଥିଲେ।

ମନ୍ତ୍ରୀ ଜ୍ୟୋତିପ୍ରକାଶ ଅପରାହ୍ନରେ ଭଦ୍ରକରେ ପହଞ୍ଚି ପ୍ରଥମେ ଭଦ୍ରକାଳୀ ପୀଠକୁ ଯାଇ ମା’ଙ୍କୁ ଦର୍ଶନ କରିଥିଲେ ା ସେଠାକାର ସେବାୟତମାନଙ୍କୁ ପୀଠର ବିଭିନ୍ନ ସୁବିଧା ଅସୁବିଧା ପଚାରି ବୁଝିଥିଲେ । ପରେ ଲୁଣିଆ ଶହୀଦ ପୀଠ ଦେଇ ଆରଡିକୁ ଯାଇଥିଲେ। ଏହି ଅବସରରେ ପାନ୍ଥିକା ପରିସରରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଜିଲାପାଳ ଜ୍ଞାନ ରଞ୍ଜନ ଦାସ, ଉପଜିଲାପାଳ ପୀତାମ୍ବର ସାମଲ, ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ, ପୂର୍ବତନ ବିଧାୟକ ମକ୍ତିକାନ୍ତ ମଣ୍ଡଳ, ପୂର୍ବତନ ଜିଲା ପରିଷଦ ସଭାପତି ଜଗନ୍ନାଥ ସ୍ବାଇଁ, ଜିଲା ପର୍ଯ୍ୟଟନ ଅଧିକାରୀ ଶଶାଙ୍କ ଶେଖର ରଥ, ଜିଲା ସଂସ୍କୃତି ଅଧିକାରୀ ଗୋଲଖ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ପୀଠଗୁଡିକର ବିକାଶ ସହିତ ଅଧିକରୁ ଅଧିକ ପର୍ଯ୍ୟଟକ ଯେଭଳି ଆସବେ ସେ ନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରିବାକୁ ମନ୍ତ୍ରୀ ପାଣିଗ୍ରାହୀ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri