ଭଦ୍ରକ ଜିଲା ପର୍ଯ୍ୟଟନ ସ୍ଥଳୀର ବିକାଶ ଲାଗି ସ୍ବତନ୍ତ୍ର ଯୋଜନା ହେବ: ମନ୍ତ୍ରୀ

ଭଦ୍ରକ ଅଫିସ,୪ା୬-ଭଦ୍ରକ ଜିଲାରେ ପର୍ଯ୍ୟଟନର ବିକାଶ ଲାଗି ସ୍ବତନ୍ତ୍ର ଯୋଜନା କରିବା ସକାଶେ ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଜିଲାପାଳ ଓ ଜିଲା ପର୍ଯ୍ୟଟନ ଅତ୍ଧକାରୀଙ୍କୁ ପରାମର୍ଶ ଦେଇଛନ୍ତି । ସୋମବାର ସେ ଦିନିକିଆ ଭଦ୍ରକ ଗସ୍ତରେ ଆସିବା ଅବସରରେ ମା’ ଭଦ୍ରକାଳୀ ଓ ବାବା ଆଖଣ୍ଡଳମଣିଙ୍କ ପ୍ରସିଦ୍ଧ ଆରଡି ଜିଲାର ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ରକ ଯେଭଳି ଅଧିକ ପର୍ଯ୍ୟଟକ ଆସବେ ସେଥିଲାଗି ଆବଶ୍ୟକ ପଦକ୍ଷେପ ନେବା ସକାଶେ ସେ ଗୁରୁତ୍ୱାରୋପ କରିଥିଲେ।

ମନ୍ତ୍ରୀ ଜ୍ୟୋତିପ୍ରକାଶ ଅପରାହ୍ନରେ ଭଦ୍ରକରେ ପହଞ୍ଚି ପ୍ରଥମେ ଭଦ୍ରକାଳୀ ପୀଠକୁ ଯାଇ ମା’ଙ୍କୁ ଦର୍ଶନ କରିଥିଲେ ା ସେଠାକାର ସେବାୟତମାନଙ୍କୁ ପୀଠର ବିଭିନ୍ନ ସୁବିଧା ଅସୁବିଧା ପଚାରି ବୁଝିଥିଲେ । ପରେ ଲୁଣିଆ ଶହୀଦ ପୀଠ ଦେଇ ଆରଡିକୁ ଯାଇଥିଲେ। ଏହି ଅବସରରେ ପାନ୍ଥିକା ପରିସରରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଜିଲାପାଳ ଜ୍ଞାନ ରଞ୍ଜନ ଦାସ, ଉପଜିଲାପାଳ ପୀତାମ୍ବର ସାମଲ, ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ, ପୂର୍ବତନ ବିଧାୟକ ମକ୍ତିକାନ୍ତ ମଣ୍ଡଳ, ପୂର୍ବତନ ଜିଲା ପରିଷଦ ସଭାପତି ଜଗନ୍ନାଥ ସ୍ବାଇଁ, ଜିଲା ପର୍ଯ୍ୟଟନ ଅଧିକାରୀ ଶଶାଙ୍କ ଶେଖର ରଥ, ଜିଲା ସଂସ୍କୃତି ଅଧିକାରୀ ଗୋଲଖ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ପୀଠଗୁଡିକର ବିକାଶ ସହିତ ଅଧିକରୁ ଅଧିକ ପର୍ଯ୍ୟଟକ ଯେଭଳି ଆସବେ ସେ ନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରିବାକୁ ମନ୍ତ୍ରୀ ପାଣିଗ୍ରାହୀ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଓରାଙ୍ଗ୍‌ଉଟାନ ଚୋରାଚାଲାଣ: ଡବ୍ଲ୍ୟୁସିସିବି, ଏସ୍‌ଟିଏଫ୍‌ର ତଦନ୍ତ

ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ବିଚିତ୍ରପୁର ନିକଟ ରଣକଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ହେବାପରେ ଏହା ପଛରେ ଅନ୍ତର୍ଜାତୀୟ ବନ୍ୟପ୍ରାଣୀ ଚାଲାଣକାରୀ ଗ୍ୟାଙ୍ଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?