ଅଟୋ ଚଳାଚଳ ଉପରେ କଟକଣା: ଭଦ୍ରକ, ବାଲେଶ୍ୱର ଲକ୍‌ଡାଉନ

ଭଦ୍ରକ ଅଫିସ/ବାଲେଶ୍ୱର ଅଫିସ,୨୧।୩: ରାଜ୍ୟ ସରକାରଙ୍କ ପକ୍ଷରୁ ୫ ଜିଲା ଓ ୮ ସହରରେ ଲକ୍‌ଡାଉନ୍‌ ଘୋଷଣା କରାଯିବା ପରେ ଭଦ୍ରକ ଓ ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ୨୨ରୁ ୨୯ ତାରିଖ ରାତି ୯ଟା ପର୍ଯ୍ୟନ୍ତ ଭଦ୍ରକ, ବାଲେଶ୍ୱର ସହର ସମେତ ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ସହରରେ ଅତ୍ୟାବଶ୍ୟକ ସାମଗ୍ରୀ, ତେଜରାତି, ମାଛ, ମାଂସ, ପରିବା ଓ କ୍ଷୀର ଦୋକାନକୁ ବାଦ୍‌ ଦେଲେ ଅନ୍ୟ ସମସ୍ତ ଦୋକାନ ବନ୍ଦ କରିବା ପାଇଁ ପ୍ରଶାସନ ମାଇକ୍‌ ଯୋଗେ ପ୍ରଚାର କରିଛି। ଏପରି କି ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ ସହରର ସମସ୍ତ ଦୋକାନ ବଜାରରେ ତାଲା ପକାଯାଇଛି। ଏହି ଘୋଷଣାନାମା ପରେ ସହରରେ ଏକ ପ୍ରକାର ଆତଙ୍କ ଖେଳିଯାଇଛି। ଏହାଛଡ଼ା କରୋନା ସଂକ୍ରମଣ ରୋକିବା ପାଇଁ ଅଟୋ ଚଳାଚଳ ଉପରେ ଜିଲା ପରିବହନ ଅଧିକାରୀ ମଧ୍ୟ କଟକଣା ଜାରି କରିଛନ୍ତି। ଗାଡ଼ିର ପଞ୍ଜୀକରଣ ନମ୍ବରକୁ ନେଇ କେଉଁ ତାରିଖରେ ଉକ୍ତ ଗାଡ଼ି ଚଳାଚଳ କରିବ ତାହା ଧାର୍ଯ୍ୟ କରାଯାଇଛି। ଅଡ୍‌ ଇଭିନ୍‌ ଫର୍ମୁଲା ମୁତାବକ ଅଟୋ ଚଳାଚଳ କରିବ। ସମସ୍ତ ଅଟୋ ଚାଳକ ନିଜ ଗାଡ଼ିରେ ନିର୍ଦ୍ଧାରିତ ସଂଖ୍ୟାଠାରୁ ଅଧିକ ଯାତ୍ରୀ ନେଇ ଯାଇପାରିବେ ନାହିଁ ବୋଲି ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିସହିତ ଜିଲା ଭିତରକୁ କାହାକୁ ପ୍ରବେଶ କରିବାକୁ ନ ଦେବା ସହ ଜିଲା ବାହାରକୁ ପ୍ରଶାସନର ବିନା ଅନୁମତିରେ ଛଡ଼ାଯିବ ନାହଁି ବୋଲି ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri