ଭଦ୍ରକ ମଦ ମୃତ୍ୟୁ ମାମଲା: ବିଧାୟକ ବ୍ୟୋମକେଶଙ୍କ ବିରୋଧରେ ଏନ୍‌ଏଚ୍‌ଆରସିରେ ଫେରାଦ ହେଲା ଭାଜପା

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଗତ ଏପ୍ରିଲ ୨୮ ତାରିଖରେ ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀରେ ଭୋଟ ହାତେଇବା ପାଇଁ ଶାସକ ବିଜେଡିର ନେତା ଓ ବିଧାୟକ ପ୍ରାର୍ଥୀ ବିଷାକ୍ତ ମଦ ତିହିଡି ବ୍ଲକରେ ବାଣ୍ଟିଥିଲେ। ଏହା ପିଇବା ଦ୍ୱାରା ୧୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮୦ରୁ ଊର୍ଦ୍ଧ୍ୱ ଲୋକ ଅସୁସ୍ଥ ହୋଇଥିଲେ। ଏହି ଘଟଣାକୁ ୨ମାସ ବିତିଥିଲେ ମଧ୍ୟ ଏଯାବତ୍‌ ପୋଲିସ କେବଳ ଜଣକୁ ଗିରଫ କରି ଚୁପ ବସିଯାଇଛି। ଏହି ଘଟଣାର ମୁଖ୍ୟ ଦୋଷୀଙ୍କୁ ପୋଲିସ ଗିରଫ ନ କରି ସୁରକ୍ଷା ଯୋଗାଉଛି ବୋଲି ଭାଜପା ଅଭିଯୋଗ କରିଛି। ଏହି ଘଟଣାରେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ଭାଜପା ଦର୍ଶାଉଛି। ଅନ୍ୟପକ୍ଷରେ ରାଜ୍ୟ ସରକାର ପ୍ରତି ମୃତକଙ୍କ ପରିବାରକୁ ୫୦ ହଜାର ଟଙ୍କା ଘୋଷଣା କରି ଏ ପର୍ଯ୍ୟନ୍ତ ସମସ୍ତଙ୍କୁ ପ୍ରଦାନ କରିନାହାନ୍ତି। ତୁରନ୍ତ ଦୋଷୀକୁ ଗିରଫ କରିବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦିଆଯାଉ ବୋଲି ଭାଜପା ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମାନବ ଅଧିକାର କମିଶନଙ୍କୁ ଭେଟି ଘଟଣାରେ ହସ୍ତକ୍ଷେପ କରିବା ପାଇଁ ମଙ୍ଗଳବାର ଅନୁରୋଧ କରିଛନ୍ତି।
ଭାଜପା ପ୍ରତିନିଧି ଦଳ ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ସାଧାରଣ ନିର୍ବାଚନରେ ଭୋଟ ହାତେଇବା ପାଇଁ ଶାସକ ବିଜେଡି ଚାନ୍ଦବାଲିରେ ଲୋକଙ୍କୁ ବିଷାକ୍ତ ମଦ ଏବଂ ଟଙ୍କା ବାଣ୍ଟିଥିଲା। ୪୮ ଘଣ୍ଟାର ନିର୍ବାଚନ କଟକଣା ଲାଗିବା ସତ୍ତ୍ୱେ ଏହି ସମୟରେ ମଦ ବଣ୍ଟାଗଲା ଏବଂ ସ୍ଥାନୀୟ ପ୍ରଶାସନ ଏ ଦିଗରେ କୌଣସି ପଦକ୍ଷେପ ନେଇ ନ ଥିଲା। ରାଜନୈତିକ ଉଦ୍ଦେଶ୍ୟ ରଖି ଏଥିରେ ସମ୍ପୃକ୍ତ ଶାସକ ଦଳ ନେତା ଏବଂ କର୍ମକର୍ତ୍ତାମାନଙ୍କ ବିରୋଧରେ ଜିଲା ପ୍ରଶାସନ ଏବଂ ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ଏହି ମଦ କିଛି ମାଫିଆଙ୍କ ଦ୍ୱାରା ତିଆରି ହୋଇ ବଣ୍ଟାଯାଇଥିଲା ବୋଲି ମନମୋହନ ଅଭିଯୋଗ କରିଛନ୍ତି। ଶାସକ ଦଳ ଚାପରେ ପୋଲିସ ଓ ଗୃହ ବିଭାଗ ବିଜେଡି ବିଧାୟକ, ବିଜେଡି କର୍ମୀ ଏବଂ ମଦ ମାଫିଆଙ୍କୁ ଘଣ୍ଟ ଘୋଡାଯାଉଛି। ଏଥିରେ ସମ୍ପୃକ୍ତ ଦୋଷୀଙ୍କୁ ଗିରଫ କରିବାକୁ ମାନବ ଅଧିକାର କମିଶନଙ୍କ ଆଗରେ ପ୍ରତିନିଧି ଦଳ ଦାବି କରିଛି। ଦୋଷୀମାନଙ୍କ ବିରୋଧରେ ଦୃଢ କାର୍ଯାନୁଷ୍ଠାନ ଗ୍ରହଣ କରିବା ପାଇଁ ପୂର୍ବରୁ ଭାଜପା ମୁଖ୍ୟ ଶାସନ ସଚିବ, ଅତିରିକ୍ତ ଶାସନ ସଚିବ ତଥା ଗୃହ ସଚିବ, ଅବକାରୀ କମିଶନର, ଅବକାରୀ ବିଭାଗ କମିଶନର ତଥା ସଚିବ, ଭଦ୍ରକ ଜିଲାପାଳ, ଏସପି, ପୋଲିସ ଡିଜି ଏବଂ ଆଇଜିଙ୍କ ପାଖରେ ଅଭିଯୋଗ କରିଥିଲା। ମାତ୍ର ରାଜ୍ୟ ସରକାର କାହିଁକି ମଦ ମାଫିଆଙ୍କ ଉପରେ ଏତେ ନରମ ମନୋଭାବ ପୋଷଣ କରୁଛନ୍ତି, ତାହା ବୁଝିହେଉନାହିଁ ବୋଲି ସେମାନେ ପ୍ରଶ୍ନ କରିଛନ୍ତି। ଏନେଇ ବ୍ୟୋମକେଶଙ୍କ ସହ ବାରମ୍ବାର ଯୋଗାଯୋଗ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ତାହା ସମ୍ଭବ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ

ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri