ଭଦ୍ରକ ଷ୍ଟେସନରେ ଅପରାହ୍ନରେ ପହଞ୍ଚିବ ସ୍ବତନ୍ତ୍ର ଟ୍ରେନ୍‌: ଚରମ୍ପା ଅଞ୍ଚଳରେ ୨୪ ଘଣ୍ଟିଆ କର୍ଫ୍ୟୁ

ଭଦ୍ରକ ଅଫିସ, ୧୨।୫: ପ୍ରବାସୀ ଓଡ଼ିଆଙ୍କୁ ନେଇ ଭଦ୍ରକ ଷ୍ଟେସନରେ ମଙ୍ଗଳବାର ଅପରାହ୍ନରେ ୨ଟି ସ୍ବତନ୍ତ୍ର ଟ୍ରେନ୍‌ ପହଞ୍ଚିବ। ଏଥିପାଇଁ ପ୍ରଶାସନ ଓ ରେଲୱେ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରବାସୀ ଓହ୍ଲାଇବା ପରେ ପ୍ରଶାସନ ପକ୍ଷରୁ ସ୍କ୍ରିନିଂ ଓ ଅନ୍ୟାନ୍ୟ ପରୀକ୍ଷା କରାଯାଇ ଏକ ସ୍ବତନ୍ତ୍ର ବସ୍‌ ଯୋଗେ ସେମାନଙ୍କୁ ନିଜ ଜିଲାକୁ ପଠାଇଦିଆଯିବ। ତେବେ ସୁରକ୍ଷା ଦୃଟେିରୁ ଚରମ୍ପା ଷ୍ଟେସନ ଅଞ୍ଚଳର ୫୦୦ମିଟର ପରିସୀମା ମଧ୍ୟରେ ୨୪ ଘଣ୍ଟିଆ କର୍ଫ୍ୟୁ କଟକଣା ଜାରି କରାଯାଇଛି। ଅପରାହ୍ନ ୨ଟାରୁ ବୁଧବାର ଅପରାହ୍ନ ୨ଟା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଡଗରାସାହି ଛକଠାରୁ ଗୁଣ୍ଠୁଣିଆ ବଜାର ମାଲ ଗୋଦାମ ରାସ୍ତା, ତେଲେଙ୍ଗା ସାହି ଗଳି ଛକଠାରୁ ଫିଲ୍ମ ହଲ୍‌ ଛକ, ବେଲମଳାଠାରୁ ଷ୍ଟେସନ ଓ ଚରମ୍ପା ଓ଼ଭର ବ୍ରିଜଠାରୁ ଜାଭିୟର ସ୍କୁଲ ପର୍ଯ୍ୟନ୍ତ ଏହି କର୍ଫ୍ୟୁ ଲଗାଯାଇଛି। ଅପରପକ୍ଷେ ଭଦ୍ରକ ସହରାଞ୍ଚଳ ଓ ଗ୍ରାମାଞ୍ଚଳ ପୋଲିସ ଆଇନ ଶୃଙ୍ଖଳା ବ୍ୟବସ୍ଥାର ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ନିଜେ ଜିଲାପାଳ ଡ଼ ଜ୍ଞାନ ରଞ୍ଜନ ଦାସ ଓ ଏସ୍‌ପି ରାଜେଶ ପଣ୍ଡିତ ଏହାର ତଦାରଖ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?