ଭଦ୍ରକ ସହରରୁ ଜବରଦଖଲ ଉଚ୍ଛେଦ ଜାରି

ଭଦ୍ରକ ଅଫିସ, ୨୮।୬ – ଭଦ୍ରକ ଜିଲା ଓ ପୌର ପ୍ରଶାସନ ପକ୍ଷରୁ ସହରରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିିଛି। ସହରକୁ ସରସ ସୁନ୍ଦର କରିବା ପାଇଁ ଜବରଦଖଲମୁକ୍ତ ଅଭିଯାନ ଗୁରୁବାରଠାରୁ ଆରମ୍ଭ କରାଯାଇଛି। ସହରକୁ ସ୍ମାର୍ଟସିଟି କରାଯିବା ସକାଶେ ଏହି ପ୍ରକ୍ରିୟା ଜାରି ରହିଥିବା କୁହାଯାଇଛି। ଶୁକ୍ରବାର ଦ୍ୱିତୀୟ ଦିନରେ ମହତାବ ଛକଠାରୁ ଡାହାଣପଟ ରାସ୍ତା ଷ୍ଟେଟବ୍ୟାଙ୍କ ଛକ ପର୍ଯ୍ୟନ୍ତ ଓ ଷ୍ଟେଟବ୍ୟାଙ୍କ ଛକଠାରୁ ବନ୍ତ ଛକ ବାମପାଖ ପର୍ଯ୍ୟନ୍ତ ଜବରଦଖଲ ଉଚ୍ଛେଦ କରାଯାଇଛି। ୨ ପ୍ଲାଟୁନ ପୋଲିସ ମୁତୟନ ହୋଇ ଆଇନଶୃଙ୍ଖଳା ପରିସ୍ଥିତି ପ୍ରତି ନଜର ରଖିଛନ୍ତି। ମାଜିଷ୍ଟ୍ରେଟ୍‌ ଭାବେ ସୌମ୍ୟଶ୍ରୀ ପାଣିଗ୍ରାହୀ, ଭଦ୍ରକ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଦୀପ ସାହୁ ଓ ସଦର ଆର୍‌ଆଇ ନରେଶ ମହାନ୍ତି ତଦାରଖ କରୁଛନ୍ତି। କଁା ଭଁା ଉତ୍ତେଜନା ଦେଖାଯାଉଥିଲେ ହେଁ ଶାନ୍ତିପୂର୍ଣ୍ଣ ଭାବେ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଥିବା କାର୍ଯ୍ୟନିର୍ବାହୀ ଅଧିକାରୀ ସାହୁ କହିଛନ୍ତି। ସହର ସାରା ଏଭଳି ଜବରଦଖଲ ଉଚ୍ଛେଦ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ...

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା...

ଉଭୟଙ୍କୁ ପ୍ରତିଶ୍ରୁତି, ଭାଗ୍ୟରେ ଟିକେଟ

ବାଲେଶ୍ୱର,୧୩।୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଟିକେଟକୁ ନେଇ ଲାଗିରହିଛି ଡ୍ରାମା। ଗତ ୨୦୧୪ ନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହୋଇ...

ନୀଳଗିରିର ବୋହୂ, ପରିବେଶ ବିଜ୍ଞାନରେ ପିଏଚ୍‌ଡି; ବିଜେଡି ଟିକେଟ୍‌ରେ ଲଢ଼ିବାକୁ ଯାଉଥିବା ଲେଖାଶ୍ରୀଙ୍କ ବିଷୟରେ ଜାଣନ୍ତୁ…

ଭୁବନେଶ୍ୱର/ବାଲେଶ୍ବର,୧୨।୪: ଏକଦା ବିରୋଧୀ ଦଳରେ ଥିବା ବେଳେ ବିଜେଡି ସୁପ୍ରିମୋଙ୍କୁ ଶବ୍ଦବାଣରେ କଟାକ୍ଷ କରିବାର ଗୋଟିଏ ବି ସୁଯୋଗ ଛାଡ଼ୁ ନ ଥିଲେ। ହେଲେ ୨୦୨୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri