ଭଦ୍ରକ ସହରରୁ ଜବରଦଖଲ ଉଚ୍ଛେଦ ଜାରି

ଭଦ୍ରକ ଅଫିସ, ୨୮।୬ – ଭଦ୍ରକ ଜିଲା ଓ ପୌର ପ୍ରଶାସନ ପକ୍ଷରୁ ସହରରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିିଛି। ସହରକୁ ସରସ ସୁନ୍ଦର କରିବା ପାଇଁ ଜବରଦଖଲମୁକ୍ତ ଅଭିଯାନ ଗୁରୁବାରଠାରୁ ଆରମ୍ଭ କରାଯାଇଛି। ସହରକୁ ସ୍ମାର୍ଟସିଟି କରାଯିବା ସକାଶେ ଏହି ପ୍ରକ୍ରିୟା ଜାରି ରହିଥିବା କୁହାଯାଇଛି। ଶୁକ୍ରବାର ଦ୍ୱିତୀୟ ଦିନରେ ମହତାବ ଛକଠାରୁ ଡାହାଣପଟ ରାସ୍ତା ଷ୍ଟେଟବ୍ୟାଙ୍କ ଛକ ପର୍ଯ୍ୟନ୍ତ ଓ ଷ୍ଟେଟବ୍ୟାଙ୍କ ଛକଠାରୁ ବନ୍ତ ଛକ ବାମପାଖ ପର୍ଯ୍ୟନ୍ତ ଜବରଦଖଲ ଉଚ୍ଛେଦ କରାଯାଇଛି। ୨ ପ୍ଲାଟୁନ ପୋଲିସ ମୁତୟନ ହୋଇ ଆଇନଶୃଙ୍ଖଳା ପରିସ୍ଥିତି ପ୍ରତି ନଜର ରଖିଛନ୍ତି। ମାଜିଷ୍ଟ୍ରେଟ୍‌ ଭାବେ ସୌମ୍ୟଶ୍ରୀ ପାଣିଗ୍ରାହୀ, ଭଦ୍ରକ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଦୀପ ସାହୁ ଓ ସଦର ଆର୍‌ଆଇ ନରେଶ ମହାନ୍ତି ତଦାରଖ କରୁଛନ୍ତି। କଁା ଭଁା ଉତ୍ତେଜନା ଦେଖାଯାଉଥିଲେ ହେଁ ଶାନ୍ତିପୂର୍ଣ୍ଣ ଭାବେ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଥିବା କାର୍ଯ୍ୟନିର୍ବାହୀ ଅଧିକାରୀ ସାହୁ କହିଛନ୍ତି। ସହର ସାରା ଏଭଳି ଜବରଦଖଲ ଉଚ୍ଛେଦ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri