ଭଦ୍ରକ ହେବ ସ୍ମାର୍ଟସିଟି: ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ

ଭଦ୍ରକ ଅଫିସ, ୨୭।୬- ଭଦ୍ରକ ସହରକୁ ସ୍ମାର୍ଟସିଟି କରାଯିବା ପାଇଁ ନବନିର୍ବାଚିତ ବିଧାୟକ ସଞ୍ଜୀବ ମଲ୍ଲିକ ଭୋଟରଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ସହର ସାରା ଅଧିକାଂଶ ରାସ୍ତାକଡ଼ ଜବରଦଖଲକାରୀଙ୍କ କବ୍‌ଜାରେ ରହିଥିବାରୁ ତାହା ସମସ୍ୟା ସୃଷ୍ଟି କରୁଥିଲା। ପ୍ରଥମ ପର୍ଯ୍ୟାୟରେ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ତାରିଣୀ ମନ୍ଦିର ସାମ୍ନାରୁ ଅପର୍ତ୍ତିବିନ୍ଧା ଛକ ପର୍ଯ୍ୟନ୍ତ ୨ଟି ଜେସିବି ସାହାଯ୍ୟରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଦୋକାନୀମାନଙ୍କୁ ବୁଧବାର ସନ୍ଧ୍ୟାରେ ମାଇକ୍‌ରେ ପ୍ରଚାର କରାଯାଇ ଦୋକାନ ହଟାଇବାକୁ ସୂଚନା ଦିଆଯାଇ ଗୁରୁବାର ସକାଳୁ ଭଙ୍ଗାଯିବା କାରଣରୁ ଅସନ୍ତୋଷ ଦେଖାଦେଇଥିଲା। କିନ୍ତୁ ଅଧିକାଂଶ ଲୋକ ପ୍ରଶାସନ ଓ ପୌରପାଳିକାର ଏହି ଉଚ୍ଛେଦ ପ୍ରକ୍ରିୟାକୁ ସ୍ବାଗତ କରିଥିଲେ। ମାଜିଷ୍ଟ୍ରେଟ୍‌ ଭାବେ ସୌମ୍ୟଶ୍ରୀ ପାଣିଗ୍ରାହୀ, ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଭଦ୍ରକ ତହସିଲଦାର ପ୍ରଦୀପ ସାହୁ, ସଦର ଆର୍‌ଆଇ ନରେଶ ମହାନ୍ତି ଉପସ୍ଥିତ ଥିଲେ। ଟାଉନ ଥାନାଧିକାରୀ ସରୋଜିନୀ ସିଂ ଦୁଇ ପ୍ଲାଟୁନ ପୋଲିସ ସହ ଶାନ୍ତିଶୃଙ୍ଖଳା ଦାୟିତ୍ୱ ତୁଲାଇଥିଲେ। ତାରିଣୀ ମନ୍ଦିର ଭଙ୍ଗାଯାଉଥିବା ବେଳେ ସ୍ଥାନୀୟ ବ୍ୟବସାୟୀ ବିରୋଧ କରିବାରୁ ସାମୟିକ ଭାବେ ଉଚ୍ଛେଦ ବନ୍ଦ କରାଯାଇ ଶତାଧିକ ଦୋକାନ ଗୃହ ଭାଙ୍ଗିଦିଆଯାଇଥିବା ଜଣାପଡ଼ିଛି। ସହର ସାରା ଏହି ଉଚ୍ଛେଦ କରାଯାଇ ଜବରଦଖଲମୁକ୍ତ ଭଦ୍ରକ କରାଯିବ ବୋଲି ତହସିଲଦାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri