Posted inଜାତୀୟ

ଭବାନିପୁର ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ମମତା, ପୂର୍ବରୁ ଦୁଇ ଥର ହୋଇ ସାରିଛନ୍ତି ବିଜୟୀ

କୋଲକାତା,୧୦ ।୯: ପଶ୍ଚିମବଙ୍ଗର ହାଇ ପ୍ରୋଫାଇଲ ବିଧାନସଭା ଆସନ ଭବାନିପୁର ପାଇଁ ସେପ୍ଟେମ୍ବର ୩୦ରେ ଉପନିର୍ବାଚନ ଅନୁଷ୍ଠିତ ହେବ । ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁକ୍ରବାର ଏହି ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଏହି ଆସନରୁ ପୂର୍ବରୁ ସେ ଦୁଇଥର ବିଜୟୀ ହୋଇ ସାରିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ଆସନ ବଞ୍ଚାଇବାକୁ ଏହି ଆସନରୁ ବିଜୟୀ ହେବା ଜରୁରୀ । ମେ’ ୨ରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଅନୁଯାୟୀ ମମତା ନନ୍ଦିଗ୍ରାମ ଆସନରୁ ହାରି ଯାଇଥିଲେ । ଏହାପରେ ବି ମମତା ମୁଖ୍ୟମନ୍ତ୍ରୀ ଆସନରେ ବସିଥିଲେ । ବର୍ତ୍ତମାନ ସେ ବିଧାନସଭାର ସଦସ୍ୟ ନୁହଁନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ହେବାର ୬ମାସ ମଧ୍ୟରେ ତାଙ୍କୁ ସଦସ୍ୟତା ହାସଲ କରିବା ଜରୁରୀ । ଏପଟେ ଭାବନିପୁରର ବିଧାୟକ ଥିବା ଶୋଭନ ଦେବ ଚଟୋପାଧ୍ୟାୟ ଏବେ ଖରଦାହା ବିଧାନସଭା ଆସନରୁ ନିର୍ବାଚନ ଲଢିବେ । ଯେ କି ମମତାଙ୍କ ନିର୍ବାଚନ ଲଢିବା ପାଇଁ ଭବାନିପୁର ଆସନରୁ ଇସ୍ତଫା ଦେଇଥିଲେ । ଏହା ପୂର୍ବରୁ ମମତା ଦୁଇଥର ଭବାନିପୁର ଆସନରୁ ବିଜୟୀ ହୋଇଛନ୍ତି । ଭବାନିପୁର ବ୍ୟତୀତ ସେପ୍ଟେମ୍ବର ୩୦ରେ ଶମଶେରଗଞ୍ଜ ଓ ଜଙ୍ଗିପୁର ବିଧାନସଭା ଆସନ ପାଇଁ ଭୋଟିଂ ହେବ । ମତଗଣନା ୩ ଅକ୍ଟୋବରରେ ହେବ । ଏହି ଆସନରେ ମମତାଙ୍କୁ ଟକ୍କର ଦେବେ ଭାରତୀୟ ଜନତା ପାର୍ଟି(ଭଜପା)ର ପ୍ରିୟଙ୍କା ଟେବରିୱାଲ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନେତାଙ୍କୁ ପରାଜିତ କଲେ ଅଟୋରିକ୍ସା ଡ୍ରାଇଭର, ୧୪ ହଜାର ଭୋଟ ବ୍ୟବଧାନରେ ନିର୍ବାଚନ ଜିତିଲେ

ଚେନ୍ନାଇ,୫।୫: ତାମିଲନାଡୁର ରୋୟାପୁରମ୍‌ ନିର୍ବାଚନମଣ୍ଡଳୀରେ କେ. ବିଜୟ ଧାମୁ ନାମକ ଜଣେ ଅଟୋ ଡ୍ରାଇଭର ବିଜୟୀ ହାଇଛନ୍ତି। ବିଜୟଙ୍କ ଦଳ ଟିଭିକେରୁ ପ୍ରାର୍ଥୀ ହୋଇଥିବା ଧାମୁ ରାଜ୍ୟର…

‘ମୁଁ ତୁମକୁ ମୂଳପୋଛ କରିଦେବି…’, କାହାକୁ ଆଉ କାହିଁକି ଏମିତି କହିଲେ ଟ୍ରମ୍ପ? ଏହି ଚେତାବନୀରେ ଥରିଲାଣି…

ଓ୍ବାଶିଂଟନ,୫।୫: ସୋମବାର (୪ ମଇ, ୨୦୨୬) ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଯଦି ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକୁ ସୁରକ୍ଷା…

ଗୁଜରାଟରେ ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ଓଡ଼ିଶା ପାଇଁ…

ଭୁବନେଶ୍ୱର,୫ା୫(ଅନୁରାଧା ମହାରଣା):ହାଇଦ୍ରାବାଦ ଓ କୋଲକାତା ପରେ ମଙ୍ଗଳବାର ଗୁଜରାଟରେ ରୋଡ୍‌ ଶୋ’ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ନିବେଷକଙ୍କୁ ଆହ୍ବାନ କରିବେ।…

ଅସ୍ତିତ୍ୱ ଖୋଜୁଛି ଜଳାଶୟ, ସଭିଁଏ ନୀରବ

ବରଗଡ଼,୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଏକଦା ବନ୍ଧ, କଟା ଭଳି ଅନେକ ଜଳାଶୟ ରହିଥିଲା। ଦୂରଦୃଷ୍ଟି ରଖି ପୂର୍ବପୁରୁଷମାନେ ନିଜେ ଶ୍ରମଦାନ କରି ସେଗୁଡ଼ିକ ଖୋଲିଥିଲେ। ସେହି ଜଳାଶୟ…

ସାଧାରଣ ଜନତାଙ୍କ ପାଇଁ ଆଶ୍ୱସ୍ତିକର ଖବର, ଗ୍ୟାସ ସିଲିଣ୍ଡର, ପେଟ୍ରୋଲ, ଡିଜେଲକୁ ନେଇ ବଡ଼ ପ୍ରତିଶ୍ରୁତି ଦେଲେ ସରକାର

ନୂଆଦିଲ୍ଲୀ,୫।୫: ସୋମବାର, ସରକାର ପ୍ରତିଶ୍ରୁତି ଦେଇଥିଲେ ଯେ, ପଶ୍ଚିମ ଏସିଆରେ ଉତ୍ତେଜନା ସତ୍ତ୍ୱେ, ଘରୋଇ LPG ଏବଂ ଇନ୍ଧନର ଯୋଗାଣ ସ୍ଥିର ଏବଂ ନିରବଚ୍ଛିନ୍ନ ରହିଛି। ପେଟ୍ରୋଲ,…

ଓଏଏସ୍‌ ସ୍ତରରେ ଅଦଳବଦଳ: ଜାଣନ୍ତୁ କିଏ କେଉଁଠାକୁ ଗଲେ

ଭୁବନେଶ୍ୱର,୫।୫(ସୁନିତ୍‌ ମିଶ୍ର):ଓଏଏସ୍‌ ଅଫିସରସ୍ତରରେ ସୋମବାର ଏକ ଛୋଟ ଧରଣର ଅଦଳବଦଳ ହୋଇଛି। ଓଏଏସ୍‌ ଅଫିସର ପ୍ରଶାନ୍ତ କୁମାର ନାୟକଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗର ଅତିରିକ୍ତ…

ଟିଏମ୍‌ସିର ୧୫ ବର୍ଷ ଶାସନର ଘଟିଲା ପତନ: ପଶ୍ଚିମବଙ୍ଗରେ ପ୍ରଥମଥର ପାଇଁ ସରକାର ଗଢ଼ିବ ଭାଜପା

କୋଲକାତା,୪ା୫(ପି.ଟି.):ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରାଜ୍ୟ ରାଜନୀତିରେ ବଡ଼ ପରିବର୍ତ୍ତନ ଆଣିଛି। ଏଠାରେ ଭାଜପା ବିପୁଳ ବିଜୟ ହାସଲ ସହ ପ୍ରଥମ ଥର ପାଇଁ ରାଜ୍ୟରେ ସରକାର ଗଢ଼ିବାକୁ…

ଆସାମରେ ହ୍ୟାଟ୍ରିକ୍‌ କଲା ଭାଜପା: କଂଗ୍ରେସ ଆଶା ଧୂଳିସାତ୍‌

ଗୁଆହାଟୀ,୪ା୫:ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଆସାମର ୧୨୬ ଆସନ ବିଶିଷ୍ଟ ବିଧାନସଭାରେ ଭାଜପା ନେତୃତ୍ୱରେ ଏନ୍‌ଡିଏ କ୍ରମାଗତ ତୃତୀୟ ଥର ପାଇଁ ବିଜୟୀ ହୋଇ ହ୍ୟାଟ୍ରିକ୍‌ କରିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri