ଭବାନୀପାଟଣାରେ କାର୍ଯ୍ୟକ୍ଷମ ହେଲା କୋଭିଡ ହସ୍ପିଟାଲ

ଭବାନୀପାଟଣା, ୨୫।୪ (ଡି.ଏନ.ଏ.)- କଳାହାଣ୍ଡି ଜିଲାରେ କରୋନା ମୁକାବିଲା ପାଇଁ ଭବାନୀପାଟଣା ସହର ନିକଟସ୍ଥ ବାନ୍ଦପଲାସ୍ଥିତ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟଠାରେ କୋଭିଡ ହସ୍ପିଟାଲ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହାକୁ ରାଜ୍ୟ ସରକାରଙ୍କ ତରଫରୁ ଜିଲା ପ୍ରଶାସନ ପରିଚାଳନା କରୁଥିବା ବେଳେ ଓଡିଶା ଖଣି ନିଗମ ଏହି କୋଭିଡ ହସ୍ପିଟାଲ ପାଇଁ ଆର୍ଥତ୍କ ସହାୟତା ପ୍ରଦାନ କରିଛି । ୨୦୦ ଶଯ୍ୟା ବିଶିଷ୍ଟ ଏହି କୋଭିଡ ହସ୍ପିଟାଲରେ ୬ଟି ଭେଣ୍ଟିଲେଟର ସୁବିଧା ଥିବା ଆଇସିୟୁ ରହିଛି । କୋଭିଡ ସନ୍ଦିଗ୍ଧମାନଙ୍କୁ ରଖାଯିବା ପାଇଁ ୭୦ଟି ସଙ୍ଗରୋଧ କୋଠରି ରହିଛି । ସେଠାରେ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । କୋଭିଡ ହସ୍ପିଟାଲରେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀମାନଙ୍କ ରହିବା ଓ ଖାଇବା ବ୍ୟବସ୍ଥା ରହିଛି । ବର୍ତ୍ତମାନ ଏହି ହସ୍ପିଟାଲରେ ୧୭ଜଣ ଡାକ୍ତର ଅଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣ ଡାକ୍ତର ଆଇସିୟୁ ପରିଚାଳନା ତାଲିମପ୍ରାପ୍ତ। ୫୧ଜଣ ଷ୍ଟାଫ ନର୍ସ କାର୍ଯ୍ୟ କରୁଛନ୍ତି । ସେମାନଙ୍କ ମଧ୍ୟରୁ ୧୦ଜଣ ଷ୍ଟାଫ ନର୍ସ ଆଇସିୟୁ ପରିଚାଳନା ତାଲିମ ନେଇଛନ୍ତି । ୯ଜଣ ଫାର୍ମାସିଷ୍ଟ ଅଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ଫାର୍ମାସିଷ୍ଟ ଆଇସିୟୁ ତାଲିମ ପାଇଛନ୍ତି । ୮ଜଣ ଲ୍ୟାବ ଟେକ୍ନିସିଆନ, ଜଣେ ମାଇକ୍ରୋ ବାଇଲୋଜିଷ୍ଟ ଏବଂ ତାଙ୍କୁ ସହଯୋଗ କରିବା ପାଇଁ ସ୍ବାସ୍ଥ୍ୟ କର୍ମଚାରୀ, ସିକ୍ୟୁରିଟି, ସୁଇପର୍‌ ଅଛନ୍ତି । ଭବିଷ୍ୟତରେ ଆବଶ୍ୟକତା ଅନୁଯାୟୀ ବିଭିନ୍ନ ପଦବୀ ପୂରଣ କରାଯିବ । ଏହି କୋଭିଡ ହସ୍ପିଟାଲର ଅଧିକାରୀ ଭାବରେ କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ଡିଏଫଓ ଟି. ଅଶୋକ କୁମାର ଓ ଅଧିକୃତ ମେଡିକାଲ ଅଫିସର ଭାବରେ ଡ. ନିହାରେନ୍ଦ୍ର ପଣ୍ଡାଙ୍କୁ କୋଭିଡ ହସ୍ପିଟାଲର ସମସ୍ତ ପ୍ରଶାସନିକ ପରିଚାଳନା ଦାୟିତ୍ୱ ପ୍ରଦାନ କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri