ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ କରାଯାଇଛି।
ଏହି ସମୟରେ ମୋଟ ୨୧ଟି ଖାଦ୍ୟ ସାମଗ୍ରୀ ଦୋକାନଗୁଡିକୁ ଯାଞ୍ଚ କରାଯାଇଥିଲା। ଯାଞ୍ଚ ସମୟରେ ପ୍ରାୟ ୩୨ କିଲୋଗ୍ରାମ ବାସି ଖାଦ୍ୟ ଓ କୃତ୍ରିମ ଖାଦ୍ୟ ରଙ୍ଗ ବ୍ୟବହୃତ ଖାଦ୍ୟ ସାମଗ୍ରୀ ଚିହ୍ନଟ କରାଯାଇ ଘଟଣା ସ୍ଥଳରେ ନଷ୍ଟ କରାଯାଇଥିଲା। ଖାଦ୍ୟ ବ୍ୟବସାୟୀମାନଙ୍କୁ ଖାଦ୍ୟ ପ୍ୟାକେଜିଂ, ସ୍ବଚ୍ଛତା ଓ ନିରାପଦ ଖାଦ୍ୟ ପରିଚାଳନା ସମ୍ପର୍କରେ ସଚେତନ କରାଯାଇଥିବାବେଳେ ଖାଦ୍ୟ ଗୁଡ଼ାଇବା ପାଇଁ କାଗଜ କିମ୍ବା ଖବରକାଗଜ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।
ସେହିପରି ଚଢ଼ାଉ ସମୟରେ ଖୋଲା ଓ ପ୍ୟାକେଜ ହୋଇଥିବା ପନିରର ୧୮ଟି ନମୁନା ଉପରେ ଆୟୋଡିନ ଦ୍ରବଣ ବ୍ୟବହାର କରି ଷ୍ଟାର୍ଚ୍ଚ ଚିହ୍ନଟ ପାଇଁ ଦ୍ରୁତ ପରୀକ୍ଷା କରାଯାଇଥିଲା। ପରୀକ୍ଷାରେ କୌଣସି ନମୁନାରେ ଷ୍ଟାର୍ଚ୍ଚ ଉପସ୍ଥିତିର ସକାରାତ୍ମକ ପ୍ରତିକ୍ରିୟା ମିଳି ନ ଥିଲା। ଆଗକୁ ଆସୁଥିବା ପର୍ବପର୍ବାଣୀ ସମୟରେ ଦୁଗ୍ଧଜାତୀୟ ଉତ୍ପାଦ, ପନିର ଓ ବିଭିନ୍ନ ପ୍ରକାରର ମିଠା ଉପରେ ଅଧିକ ଗୁରୁତ୍ୱ ଦେଇ ଏହିପରି ଯାଞ୍ଚ ଓ ଦ୍ରୁତ ପରୀକ୍ଷା ଅଭିଯାନ ଜାରି ରହିବ ବୋଲି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ କୁହାଯାଇଛି। ଏହି ଚଢ଼ାଉରେ କଳାହାଣ୍ଡି ଖାଦ୍ୟ ନିରାପତ୍ତା ଅଧିକାରୀ ସନ୍ତୋଷ କୁମାର ମହାପାତ୍ର, ବିଶ୍ୱଜିତ ନାଏକ, ଟାଉନ ଥାନା ଏଏସଆଇ ସନ୍ତୋଷ କୁମାର ନାୟକ ସମେତ ଅନ୍ୟାନ୍ୟ ପୋଲିସ କର୍ମଚାରୀ ଓ ଖାଦ୍ୟ ନିରାପତ୍ତା ବିଭାଗର କର୍ମଚାରୀମାନେ ସାମିଲ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri