ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଚତୁର୍ଥ ଦିବସ: ମର୍ନିଂ କ୍ଲବ ୨-୧ ବିଜୟୀ

ଭବାନୀପାଟଣା,୧୯।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ର ବୁଧବାର ଥିଲା ଚତୁର୍ଥ ଦିବସ । ସ୍ପୋଟର୍‌ସ ହଷ୍ଟେଲ ବନାମ ମର୍ନିଂ କ୍ଲବ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ମର୍ନିଂ କ୍ଲବ ୨-୧ ଗୋଲରେ ବିଜୟୀ ହୋଇଥିଲା। ମର୍ନିଂ କ୍ଲବ ତରଫରୁ ଶ୍ରୀକାନ୍ତ ମାଝି ୧ ଗୋଲ ଓ ମୁକେଶ ରାଉତ୍‌ ୧ ଗୋଲ ଦେଇଥିବା ବେଳେ ସ୍ପୋଟର୍‌ସ ହଷ୍ଟେଲ ଡି. ସଞ୍ଜୟ ଗୋଟାଏ ଗୋଲ ଦେଇଥିଲେ। ଫଳରେ ମର୍ନିଂ କ୍ଲବ ବିଜୟୀ ହୋଇଥିଲା। ଚତୁର୍ଥ ଦିବସର ମ୍ୟାଚ୍‌ରେ ଅତିଥି ଭାବେ ନ୍ୟାଶନାଲ ଜୁନିୟର ଇଣ୍ଡିଆ ଖେଳାଳି ଜଳେଶ୍ୱର ଗଉଡ ଅତିଥି ଭାବେ ଯୋଗଦେଇଥିଲେ। ଚତୁର୍ଥ ଦିବସରେ ସନ୍ତୋଷ କୁମାର ପ୍ରଧାନ, ଜିତେନ୍ଦ୍ର କୁମାର ରଥ, ରଞ୍ଜନ କୁମାର ଦାସ ଓ ଅବଦୁଲ କାଦର ପ୍ରମୁଖ ଖେଳ ପରିଚାଳନା କରିଥିଲେ। କ୍ରୀଡା ସଂସ୍ଥା ସମ୍ପାଦକ ତଥା ଓଡିଶା ଆଥୋଲେଟିକ୍‌ ଆସୋସିଏଶନ୍‌ ସଭାପତି ଜଗମୋହନ ପଟ୍ଟନାୟକ ଓ ଉପସଭାପତି ସୁରେନ୍ଦ୍ର ନାଥ ତ୍ରିପାଠୀ ଓ ଅନ୍ୟ କର୍ମକର୍ତ୍ତା ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?