ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ନବମ ଦିବସ:ଗୁଡ୍‌ମର୍ନିଂ କ୍ଲବ ୨-୧ ଗୋଲରେ ବିଜୟୀ

ଭବାନୀପାଟଣା,୨୪।୯(ଡି.ଏନ.ଏ.)
ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ସୋମବାର ନବମ ମ୍ୟାଚ୍‌ ଗୁଡ୍‌ମର୍ନିଂ କ୍ଲବ ବନାମ ଇଭିନିଂ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଗୁଡ୍‌ମର୍ନିଂ କ୍ଲବ ୨-୧ ଗୋଲରେ ବିଜୟୀ ହୋଇଥିଲା। ନବମ ଦିବସ ମ୍ୟାଚ୍‌ରେ ଅତିଥି ଭାବେ କ୍ରୀଡା ସଙ୍ଗଠକ ତଥା ଅବସରପ୍ରାପ୍ତ ଆଇପିଇ ଭିମସେନ ସାହୁ ଯୋଗଦେଇଥିଲେ। ମ୍ୟାଚ୍‌ ଜିତେନ୍ଦ୍ର କୁମାର ରଥ, ପି.ଭି. ରାଓ, ଦେବେନ୍ଦ୍ର ରାଉତ ଓ ମହମ୍ମଦ ଅବଦୁଲ କାଦର ପ୍ରମୁଖ ଖେଳ ପରିଚାଳନା କରିଥିଲେ। ମ୍ୟାଚ୍‌ରେ କ୍ରୀଡା ସଂସ୍ଥା ସମ୍ପାଦକ ତଥା ଓଡିଶା ଆଥୋଲେଟିକ୍‌ ଆସୋସିଏଶନ୍‌ ସଭାପତି ଜଗମୋହନ ପଟ୍ଟନାୟକ ଓ ଉପସଭାପତି ସୁରେନ୍ଦ୍ର ନାଥ ତ୍ରୀପାଠି, ଫୁଟବଲ ସେକ୍ରେଟେରି କାଦର ଖାନ, ଆଥେଲେଟିକ୍‌ ସେକ୍ରେଟେରି ସମ୍ଭୁ ରାଉତ, ଆଇପିଇ ମହେନ୍ଦ୍ର ପଣ୍ଡା, ଜିଲାର ଭେଟେରାନ ଫୁଟବଲ ଖେଳାଳି ନଳିନୀ ମୁଣ୍ଡ, ଜଳେଶ୍ୱର ଗଉଡ, କିଶୋର ସାହୁ, ଅର୍ଜୁନ ନାଏକ, ଧିରେନ ପଟ୍ଟନାୟକ, ରାଜିବ ସାହୁ, ସନ୍ତୋଷ ପ୍ରଧାନ, ଭିକାରୀ ଚରଣ ମିଶ୍ର, ଝୁନୁ ପଣ୍ଡା, ଅଶୋକ ପଟ୍ଟନାୟକ ଓ ଚକ୍ରଧର ସେଠୀ ସହଯୋଗ କରିଥିଲେ।