ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଦଶମ ଦିବସ: ମର୍ନିଂ କ୍ଲବ ୨-୦ ଗୋଲରେ ବିଜୟୀ

ଭବାନୀପାଟଣା,୨୫।୯(ଡି.ଏନ.ଏ.)-ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ମଙ୍ଗଳବାର ଦଶମ ମ୍ୟାଚ୍‌ ମର୍ନିଂ କ୍ଲବ ବନାମ ଶ୍ରୀକ୍ରୀଷ୍ଣା କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ମର୍ନିଂ କ୍ଲବ ୨-୦ ଗୋଲରେ ବିଜୟୀ ହୋଇଥିଲା। ଦଶମ ଦିବସ ମ୍ୟାଚ୍‌ରେ ଅତିଥି ଭାବେ କ୍ରୀଡା ସଙ୍ଗଠକ ତଥା ପୂର୍ବତନ ସନ୍ତୋଷ ଟ୍ରଫି ଖେଳାଳି ଜଗଦିସ ପ୍ରଧାନ ଯୋଗଦେଇଥିଲେ। ଜିତେନ୍ଦ୍ର କୁମାର ରଥ, ହର ପଟେଲ, ଦେବେନ୍ଦ୍ର ରାଉତ ଓ ଅଶୋକ ବାଗ ପ୍ରମୁଖ ଖେଳ ପରିଚାଳନା କରିଥିଲେ। ମ୍ୟାଚ୍‌ରେ କ୍ରୀଡା ସଂସ୍ଥା ସମ୍ପାଦକ ତଥା ଓଡିଶା ଆଥୋଲେଟିକ୍‌ ଆସୋସିଏଶନ୍‌ ସଭାପତି ଜଗମୋହନ ପଟ୍ଟନାୟକ ଓ ଉପସଭାପତି ସୁରେନ୍ଦ୍ର ନାଥ ତ୍ରୀପାଠି, ଫୁଟବଲ ସେକ୍ରେଟେରି କାଦର ଖାନ, ସମ୍ଭୁ ରାଉତ, ମହେନ୍ଦ୍ର ପଣ୍ଡା, ନଳିନୀ ମୁଣ୍ଡ, ଜଳେଶ୍ୱର ଗଉଡ, କିଶୋର ସାହୁ, ଅଶୋକ ପଟ୍ଟନାୟକ ଓ ଚକ୍ରଧର ସେଠୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ...

ସହରରେ ପଶିଲା ବାର୍‌ହା, ବଢିଲା ଭୟ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜିଲା କୋର୍ଟ ନିକଟ ମାର୍କେଟ କମ୍ପ୍ଲେକ୍ସର ଆପୋଲ ମେଡିସିନ ଦୋକାନ ଭିତରେ ମଙ୍ଗଳବାର ଏକ ବଣୁଆ ବାର୍‌ହା ହଠାତ୍‌...

ଜଙ୍ଗଲ ଜମିରୁ ମୋରମ ଲୁଟ୍‌

କୋରେଇ,୧୬।୪(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ରଗ ଅଞ୍ଚଳରେ ଦିନକୁ ଦିନ ରାଜସ୍ବ ଲୁଟ୍‌ ବୃଦ୍ଧି ପାଉଛି । ନିକଟସ୍ଥ ଜଙ୍ଗଲ ଜମିରୁ ମୋରମ...

ସ୍କ୍ବାଡ୍‌ ଗଠନ ହୋଇଛି, ପ୍ରଶାସନିକ ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା, ୧୬ା୪ (ଜଗନ୍ନାଥ ଧଳ):କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ...

ସମସ୍ୟା ଘେରରେ ପଟ୍ଟାମୁଣ୍ଡାଇ ବ୍ଲକ, ମ୍ୟୁନିସିପାଲିଟି

ପଟ୍ଟାମୁଣ୍ଡାଇ, ୧୬ା୪(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲାର ରାଜନଗର ଏକ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ-ରାଜନଗର ଅଞ୍ଚଳକୁ ନେଇହୋଇଛି। ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଓ ମ୍ୟୁନିସିପାଲିଟି ଅବହେଳିତ ଅବସ୍ଥାରେ ରହିଛି।...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଏହି କାରଣରୁ ଅଟକିଛି ଭାଜପା ପ୍ରାର୍ଥୀ ଘୋଷଣା

ପାଟଣା,୧୬ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ବିଧାୟକ ଜଗନ୍ନାଥ ନାଏକଙ୍କୁ ବିଜେଡି ପ୍ରାର୍ଥୀ କରିଛି। କଂଗ୍ରେସ ରବିବାର ଏଠାରୁ ୫ଥର ପ୍ରତିନିଧିତ୍ୱ...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri