ଭବାନୀପାଟଣା ସହର ଆଖପାଖ ଅଞ୍ଚଳରେ ଝଡ଼ତୋଫାନ ବର୍ଷା: ଉଡ଼ିଲା ଘରର ଛାତ, କୁଆପଥର ମାଡ଼ରେ ବ୍ୟାପକ କ୍ଷୟକ୍ଷତି

ଭବାନୀପାଟଣା, ୨୫।୨ (ଡି.ଏନ୍‌.ଏ.)- ଭବାନୀପାଟଣା ଆଖପାଖ ଅଞ୍ଚଳରେ ମଙ୍ଗଳବାର ସନ୍ଧ୍ୟାରେ କିଛି ସମୟ ପାଇଁ ଝଡ଼ତୋଫାନ ବର୍ଷା ସହ କୁଆପଥର ମାଡ଼ ହୋଇଛି। ଫଳରେ ଅନେକ ଗଛ ଉପୁଡିବା ସହ ଡାଳପତ୍ର ଭାଙ୍ଗି ରାସ୍ତା ଉପରେ ପଡିବା ଯୋଗୁ ଜାତୀୟ ରାଜପଥ ନଂ.୨୬ ନକଟିଗୁଡା- ବାଣିଭଘାର ନିକଟରେ ଦୀର୍ଘ ସମୟ ଧରି ଯାନବାହନ ଚଳାଚଳ ଠପ୍‌ ହୋଇଯାଇଥିଲା। ଝଡ଼ତୋଫାନ ଫଳରେ ଅନେକ ସ୍ଥାନରେ ବିଜୁଳି ଖୁଣ୍ଟ ଉପରେ ଗଛ ପଡି ବିଜୁଳି ସରବରାହ ବିଚ୍ଛିନ୍ନ ହୋଇଯାଇଛି। ଅନେକ ସ୍ଥାନରେ ବିପଦସଂକୁଳ ଅବସ୍ଥାରେ ବିଜୁଳି ତାରଗୁଡିକ ଛିଣ୍ଡି ପଡିଥିବାରୁ ବିଜୁଳି ବିଭାଗ ପକ୍ଷରୁ ରାତ୍ରପାଟ୍ରୋଲିଂ ଜାରି ରଖାଯାଇଛି। ସନ୍ଧ୍ୟା ସମୟରେ ଝଡ଼ତୋଫାନ ହେବା ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଝଡ଼ତୋଫାନ ଫଳରେ ବ୍ୟାପକ ଭାବରେ ଆମ୍ବ ଫସଲ, ପନିପରିବା, ପିଆଜ, ଡାଲିଜାତୀୟ ଫସଲ କୋଟି କୋଟି ଟଙ୍କାର କ୍ଷତି ହୋଇଥିବା ଆଶଙ୍କା ଦେଖାଦେଇଛି। କୃଷି ବିଭାଗ ଓ ଉଦ୍ୟାନ ବିଭାଗ ପକ୍ଷରୁ ଆକଳନ କରାଯିବା ପରେ କ୍ଷୟକ୍ଷତିର ପ୍ରକୃତ ତଥ୍ୟ ଜଣାପଡିବ। ଝଡତୋଫାନ ଫଳରେ ଭବାନୀପାଟଣା ସହର ମଧ୍ୟରେ ଲଗା ଯାଇଥିବା ସମସ୍ତ ହୋର୍ଡିଂ, ବ୍ୟାନର ଆଦି ଉଡିଯିବା ସହ ନୂତନ ଭାବରେ ଚାଲିଥିବା ଭାଗୀରଥି ମଲ୍‌ର ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri