Posted inଜାତୀୟ

ଭବିଷ୍ୟତ ପ୍ରଧାନମନ୍ତ୍ରୀଙ୍କ ନାଁ କହିଲେ ମିଳିବ ବମ୍ପର ରିହାତି

ନୂଆଦିଲ୍ଲୀ,୨୧।୫: ଆସନ୍ତା ୨୩ ତାରିଖରେ ଲୋକ ସଭା ନିର୍ବାଚନର ଫଳାଫଳ ଘୋଷଣା ହେବାକୁ ଥିବା ବେଳେ ଏବେ ସମସ୍ତଙ୍କ ନଜର ଏକ୍‌ଜିଟ୍‌ ପୋଲ୍‌ ଉପରେ। ଏହି ସମୟରେ ଅନ୍‌ଲାଇନ୍‌ ଫୁଡ୍‌ ଡେଲିଭରି ସିଷ୍ଟମ ଜମାଟୋ ତା’ର ଗ୍ରାହକଙ୍କୁ ଆକର୍ଷିତ କରିବାକୁ ୨୨ ତାରିଖ ପର୍ଯ୍ୟନ୍ତ ଦେଉଛି ଆକର୍ଷଣୀୟ ଅଫର୍‌। ଯେଉଁମାନଙ୍କର ଭବିଷ୍ୟବାଣୀ ଠିକ୍‌ ହେବ ସେମାନଙ୍କୁ ଫୁଡ୍‌ ଅର୍ଡର କଲେ ମିଳିବ କ୍ୟାସବ୍ୟାକ୍‌ ଅଫର୍‌। ‘ଜମାଟୋ ଇଲେକ୍ସନ୍‌ ଲିଗ୍‌’ ନାମକ ଏହି ଅଫରରେ ଗ୍ରାହକଙ୍କୁ କ୍ୟାସ୍‌ବ୍ୟାକ୍‌ ମିଳିବାର ସୁବିଧା ରହିଛି। ତେବେ ଗ୍ରାହକଙ୍କ ପ୍ରତି ଅର୍ଡରରେ ୪୦ ପ୍ରତିଶତ ରିହାତି ମିଳିବା ସହ ଯଦି ଭବିଷ୍ୟବାଣୀ ଠିକ୍‌ ହେବ ତେବେ ୩୦ ପ୍ରତିଶତ କ୍ୟାସବ୍ୟାକ୍‌ ମିଳିବ ବୋଲି କମ୍ପାନୀ ଘୋଷଣା କରିଛି। କମ୍ପାନୀ ଆହୁରି ମଧ୍ୟ ସ୍ପଷ୍ଟ କରିଛି ଯେ ଯେମିତି ନୂଆ ପ୍ରଧାନମନ୍ତ୍ରୀ ମନୋନୀତ ହୋଇଯିବେ ଗ୍ରାହକଙ୍କ ଓ୍ବାଲେଟକୁ ଆପଣାଛାଏଁ କ୍ୟାସବ୍ୟାକ୍‌ ଆସିଯିବ। ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ଭାରତର ୨୫୦ ସହରରେ ୩ଲକ୍ଷ ୨୦ ହଜାର ଲୋକ ଏହି ଅଫରରେ ଭାଗ ନେଇ ସାରିଲେଣି। ଏହା ପୂର୍ବରୁ ଜମାଟୋ ପ୍ରିମିୟର ଲିଗ୍‌ ମାଧ୍ୟମରେ ମଧ୍ୟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ସଠିକ୍‌ ବିଜେତା ଟିମ୍‌ଙ୍କ ନାଁ ଭବିଷ୍ୟବାଣୀ କରି କ୍ୟାସ୍‌ବ୍ୟାକ୍‌ ଅଫର୍‌ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri