Posted inଜାତୀୟ

ଭବିଷ୍ୟନିଧି ପାଣ୍ଠି ଠକେଇ: ୯ ଲକ୍ଷ କର୍ମଚାରୀଙ୍କ ନାମରେ ସରକାରଙ୍କୁ ୩୦୦ କୋଟି ଠକିଛନ୍ତି ୮୦ ହଜାର କମ୍ପାନୀ

ନୂଆଦିଲ୍ଲୀ,୩୦।୧: ଦେଶରେ ଲୋକଙ୍କ ମଧ୍ୟରେ ନିଯୁକ୍ତି ସୁଯୋଗ ବଢ଼ାଇବା ପାଇଁ ତଥା ବେକାର ସମସ୍ୟା ଦୂର ଲାଗି ସରକାର ସଂଗଠିତ କ୍ଷେତ୍ର ସହ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ଏନେଇ ସରକାର ପ୍ରଧାନମନ୍ତ୍ରୀ ରୋଜଗାର ପ୍ରୋତ୍ସାହନ ଯୋଜନା ଆରମ୍ଭ କରିଛନ୍ତି। ତେବେ କେତେକ କମ୍ପାନୀ ଏହି ଯୋଜନା ମାଧ୍ୟମରେ ସରକାରଙ୍କୁ ଠକିବାରେ ଲାଗିଛନ୍ତି। ଏବେ ଏହାର ପର୍ଦ୍ଦାଫାଶ୍‌ ହୋଇଛି। ଦେଶର ୮୦ ହଜାର କମ୍ପାନୀ ୯ ଲକ୍ଷ କର୍ମଚାରୀଙ୍କ ନାମରେ ସରକାରଙ୍କୁ ୩୦୦ କୋଟି ଟଙ୍କାର ଠକେଇ କରିଛନ୍ତି। ବେଆଇନ ଭାବେ କର୍ମଚାରୀଙ୍କ ନାମକୁ ଭବିଷ୍ୟନିଧି ସଂଗଠନରେ ସାମିଲ୍‌ କରାଯାଇଛି। ଏହାର ଲାଭ ସମ୍ପୃକ୍ତ କମ୍ପାନୀ ପାଇଥିବାବେଳେ ସରକାରଙ୍କର କ୍ଷତି ହୋଇଛି। ଠକେଇ ସମ୍ପର୍କରେ ସୂଚନା ମିଳିବା ପରେ ସରକାରଙ୍କ ପକ୍ଷରୁ ତଦନ୍ତ କରାଯାଇ ୨୨୨ କୋଟି ଟଙ୍କା ଆଦାୟ କରାଯାଇଛି। ଏହା ସହିତ ୯ ଲକ୍ଷ କର୍ମଚାରୀଙ୍କ ଭବିଷ୍ୟନିଧି ଖାତାକୁ ବ୍ଲକ୍‌ କରାଯାଇଛି। ପ୍ରଧାନମନ୍ତ୍ରୀ ରୋଜଗାର ପ୍ରୋତ୍ସାହନ ଯୋଜନା ୨୦୧୬ରୁ ଆରମ୍ଭ ହୋଇଥିବାବେଳେ ସେହିବର୍ଷ ଏପ୍ରିଲ୍‌ ୧ରୁ କର୍ମଚାରୀଙ୍କୁ ବେଆଇନ ଭାବେ ନିଯୁକ୍ତି ଦିଆଯାଇଥିଲା। ଠକେଇରେ ସାମିଲ୍‌ ଥିବା ୮୦ ହଜାର କମ୍ପାନୀ ୮ଲକ୍ଷ ୯୮ ହଜାର ୫ଶହ ୭୬ କର୍ମଚାରୀଙ୍କୁ ନୂତନ ନିଯୁକ୍ତି ଦେଇଥିବା ଦର୍ଶାଇ ୨୦୧୯ ଜୁଲାଇ ୧୬ ମଧ୍ୟରେ ଟଙ୍କା ଠକେଇ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri