ଭରତପୁରରେ ସେବା ସପ୍ତାହ ଶୁଭାରମ୍ଭ କରିବେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୧-୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନଠାରୁ ୭ଦିନ ପର୍ଯ୍ୟନ୍ତ ସାରା ଦେଶରେ ଭାଜପା ସେବା ସପ୍ତାହଭାବେ ପାଳନ କରିବ ା ୧୭ ସେପ୍ଟେମ୍ବରରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପଡୁଛି। ତେଣୁ ସେପ୍ଟେମ୍ବର ୧୪ରୁ ୨୦ତାରିଖ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯିବ। ସେବା ସମିତିର ରାଜ୍ୟ ସଂଯୋଜକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ଏହି ସୂଚନା ଦେଇଛନ୍ତି ା ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବିଷ୍ଣୁ କହିଛନ୍ତି ଯେ, ୧୪ରେ ଭୁବନେଶ୍ୱରସ୍ଥିତ ଭରତପୁରଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସେବା ସପ୍ତାହର ଶୁଭାରମ୍ଭ କରିବେ। ଏହି ଅବସରରେ ରକ୍ତଦାନ ଶିବିର, ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ସହ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟଶୈଳୀ ସମ୍ପର୍କିତ ତଥ୍ୟକୁ ଫଟୋ ମାଧ୍ୟମରେ ପ୍ରଦର୍ଶିତ କରାଯିବ ା ପ୍ରଧାନମନ୍ତ୍ରୀଙ୍କ ଜୀବନଧାରା ଏବଂ ଉପଲବ୍ଧି ସମ୍ପର୍କିତ ପୁସ୍ତକ ସମସ୍ତ ସହର ଏବଂ ଜିଲାରେ ପ୍ରଦର୍ଶିତ କରାଯିବ। ହସ୍ପିଟାଲ, ଅନାଥାଶ୍ରମ ଏବଂ ବୃଦ୍ଧାଶ୍ରମ ଗୁଡିକରେ ଫଳ ବିତରଣ କରାଯିବ ା ଦିବ୍ୟାଙ୍ଗମାନଙ୍କ ଶିକ୍ଷା ଏବଂ ପାଳନ ପୋଷଣ ପାଇଁ ବିଭିନ୍ନ ସାମାଜିକ ସଙ୍ଗଠନ ସହିତ ସହଭାଗିତାରେ ସେବା କାର୍ଯ୍ୟ କରିବାକୁ ଦଳ ପକ୍ଷରୁ ସହାୟତା ଯୋଗାଇ ଦିଆଯିବ ା ଆସନ୍ତା ୨୦ରେ ସାରା ରାଜ୍ୟରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ କରାଯିବ। ଏହା ପ୍ରଧାନମନ୍ତ୍ରୀ ‘ସିଙ୍ଗଲ ୟୁଜ ପ୍ଲ୍‌ାଷ୍ଟିକ’ ତଥା ପ୍ଲାଷ୍ଟିକ ମୁକ୍ତ ଭାରତର ଯେଉଁ କଳ୍ପନା କରିଛନ୍ତି, ତାହାକୁ ସାକାର କରିବା ପାଇଁ ଦଳୀୟ ନେତା ଓ କାର୍ଯ୍ୟକର୍ତ୍ତାମାନେ ସଂକଳ୍ପ ନେବେ ବୋଲି ବିଷ୍ଣୁ କହିଛନ୍ତି ା ଏହି ସେବା ସପ୍ତାହ ପାଳନର ପ୍ରସ୍ତୁତି ବୈଠକ ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri